ଅନୁଗୋଳରେ ସେକ୍ସ ର଼୍ୟାକେଟ୍‌ ଠାବ, ୫ ଗିରଫ

ଅନୁଗୋଳ ଅଫିସ/ବଅଁରପାଳ ୨୦।୮

ଅନୁଗୋଳ ଥାନା ଷ୍ଟେଶନ ରୋଡରେ ଥିବା ଏକ ଲଜ୍‌ରେ ଦେହ ବ୍ୟବସାୟ ଚାଲିଥିବା ବେଳେ ରବିବାର ରାତିରେ ଅନୁଗୋଳ ପୋଲିସ ଚଢ଼ାଉ କରି ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୧୫ ହଜାର ଟଙ୍କା ଓ ୭ ମୋବାଇଲ୍‌ ସହ ବିଭିନ୍ନ ଆପତ୍ତିଜନକ ସାମଗ୍ରୀ ଜବତ କରିଛି। ଏହି ର଼୍ୟାକେଟ୍‌ରେ ସମ୍ପୃକ୍ତ ଥିବା ୩ ଯୁବତୀଙ୍କୁ ଶଟ୍‌ ଷ୍ଟେ ହୋମ୍‌କୁ ପଠାଇ ଦିଆଯାଇଛି।
ରବିବାର ଦୁଇ ଜଣ ଯୁବତୀ ଉକ୍ତ ଲଜ୍‌କୁ ଆସି ଇଣ୍ଟରଭ୍ୟୁ ଥିବା କହି ରୁମ୍‌ ବୁକ୍‌ କରିଥିଲେ। ତେବେ ରାତିରେ ସେଠାରେ ଦେହ ବ୍ୟବସାୟ ଚାଲିଥିବା ଖବର ପାଇ ପୋଲିସ ଚଢ଼ାଉ କରିଥିଲା। ଘଟଣାସ୍ଥଳରେ ଥିବା ୩ ଯୁବତୀଙ୍କୁ ପୋଲିସ ଶଟ୍‌ ଷ୍ଟେ ହୋମ ପଠାଇ ଦେବା ସହ ଗ୍ରାହକ ଓ ଲଜ୍‌ ମ୍ୟାନେଜର ସଞ୍ଜିତ ସିଂ, ସିକ୍ୟୁରିଟି କର୍ମଚାରୀ ମନୋଜ ପରିଡ଼ା, ରେଙ୍ଗାଳି ଅଞ୍ଚଳର ଡକ୍ଟର ବିଶ୍ୱାଳ, ତ୍ରିଲୋଚନ ବିଶ୍ୱାଳ, ଛେଣ୍ଡିପଦା ଅଞ୍ଚଳର ପପୁନ ବିଶ୍ୱାଳଙ୍କୁ ଗିରଫ କରିଥିଲା। ୨୦ ଦିନ ହେବ ଉକ୍ତ ଲଜ୍‌ରେ ଦେହ କାରବାର ଚାଲିଥିଲା ବୋଲି ପୋଲିସ ସୂଚନା ଦେଇଛି। ଅନୁଗୋଳ ଆଇଆଇସି ରମେଶ ଚନ୍ଦ୍ର ବିଶୋଇଙ୍କ ତତ୍ତ୍ବାବଧାନରେ ସବ୍‌ଇନ୍ସପେକ୍ଟର ସୌମ୍ୟା ରାୟ, ପ୍ରକାଶ ମାଝି, ପ୍ରଶାନ୍ତ ସାହୁ, ଜୟଚନ୍ଦ୍ର ସାହୁ ପ୍ରମୁଖ ଏହି ଚଢ଼ାଉ କରିଥିଲେ। ତେବେ ଦୀର୍ଘ ଦିନ ହେଲା ଅନୁଗୋଳ ସହରରେ ଦେହ ବ୍ୟବସାୟ ଚାଲିଥିବାବେଳେ ଏହାକୁ ପୋଲିସ ରୋକିବାରେ ସଫଳ ହୋଇ ନ ଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri