ଅନୁଗୋଳରେ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଅନୁଗୋଳ ଅଫିସ,୧୫।୮: ଅନୁଗୋଳ ଷ୍ଟାଡିୟମରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଛନ୍ତି। ଜିଲାପୋଲିସ, ବନ ବିଭାଗ , ପୋଲିସ ଟ୍ରେନିଂ ସ୍କୁଲର ଛାତ୍ର , ଦମକଳ ବାହିନୀ ଓ ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରଙ୍କୁ ମିଶାଇ ସମୁଦାୟ ୪୩ଟି ଗ୍ରୁପ ଭାଗ ନେଇଥିଲେ । ଏହି ଅବସରରେ ପ୍ରଶାସନ ପକ୍ଷରୁ ଆୟୋଜନ କରାଯାଇଥିବା ପ୍ରତିଯୋଗିତାରେ ଶ୍ରେଷ୍ଠ ପଦର୍ଶନ କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ସ୍କୁଲର ଛାତ୍ରୀଛାତ୍ରଙ୍କ ଦ୍ୱାରା ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି, ଏସ୍‌ପି ମିତ୍ରଭାନୁ ମହାପାତ୍ରଙ୍କ ସହ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।