ଅନୁଗୋଳ ଆଲୁମିନିୟମ ପ୍ରକଳ୍ପକୁ ପୁନର୍ବାର ଚାଲୁ କରିବା ଦାବି: ପୀୟୂଷ ଗୋଏଲଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୪।୧୨(ବ୍ୟୁରୋ): ଅନୁଗୋଳ ଆଲୁମିନିୟମ ପାର୍କ ପ୍ରକଳ୍ପକୁ ପୁନର୍ବାର ଚାଲୁ କରିବା ଲାଗି ବୁଧବାର କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି। ଧର୍ମେନ୍ଦ୍ର ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଶିଳ୍ପ ଉନ୍ନୟନ ବିଭାଗ ଏବଂ ଅନ୍ତଃ ବାଣିଜ୍ୟ(ଡିପିଆଇଆଇଟି) ପକ୍ଷରୁ ସୂଚନା ଦିଆଯାଇଛି ଯେ, ୨୦୧୫ ଅଗଷ୍ଟ ୧୮ ତାରିଖରେ ଭିତ୍ତିଭୂମି ଉନ୍ନୟନ ଯୋଜନା ଅଧୀନରେ ଏହି ପ୍ରକଳ୍ପ ଲାଗି ମୋଟ ୯୯.୬୦ କୋଟି ଟଙ୍କା ବ୍ୟୟ କରାଯିବାକୁ ଲକ୍ଷ୍ୟ ରଖାଯାଇଥିଲା। ୨୦୧୮ ଜାନୁୟାରୀରେ ଅନୁଷ୍ଠିତ ସର୍ବୋଚ୍ଚ କମିଟି ବୈଠକରେ ଏହି ପ୍ରକଳ୍ପକୁ ବନ୍ଦ କରିବା ଲାଗି ନିଷ୍ପତ୍ତି ନିଆଯାଇଥିଲା। ଏପରି କି କାର୍ଯ୍ୟକାରୀ ସଂସ୍ଥା ଏଏପିପିଏଲ୍‌କୁ ଏ ବାବଦରେ ମିଳିଥିବା କେନ୍ଦ୍ରୀୟ ସହାୟତାକୁ ଫେରାଇଦେବା ଲାଗି ନିର୍ଦ୍ଦେଶ ଦିଆଗଲା ବୋଲି ଧର୍ମେନ୍ଦ୍ର କହିଛନ୍ତି।

କେନ୍ଦ୍ର ସରକାର ଓଡ଼ିଶାର ଖଣିଜ କ୍ଷେତ୍ର ତଥା ରାଜ୍ୟ ଅର୍ଥନୀତିର ବିକାଶ ପାଇଁ ପ୍ରତିଶ୍ରୁତିବଦ୍ଧ ଥିବା ବେଳେ ଅନୁଗୋଳ ଆଲୁମିନିୟମ କ୍ଲଷ୍ଟର ପାଇଁ ଆସିଥିବା କେନ୍ଦ୍ରୀୟ ସହାୟତାକୁ ଫେରାଇ ନ ନେବାକୁ ଚିଠି ଦ୍ୱାରା କେନ୍ଦ୍ରମନ୍ତ୍ରୀ ପୀୟୂଷଙ୍କୁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି। ଏପରି କି ପ୍ରକଳ୍ପକୁ ପୁନର୍ବାର ଚାଲୁ କରିବା ପାଇଁ ପୀୟୂଷଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ସେ ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri