ଅନୁଗୋଳ ଆସିଥିଲେ ନିଜାମୁଦ୍ଦିନ ଧର୍ମଗୁରୁ

ଅନୁଗୋଳ ଅଫିସ୍‌/ତାଳଚେର, ୩ା୪ – ଦିଲ୍ଲୀର ନିଜାମୁଦ୍ଦିନ ମରକଜ୍‌ଠାରେ ଯୋଗ ଦେଇଥିବା ମୁସଲିମ ସମ୍ପ୍ରଦାୟର ଧର୍ମଗୁରୁଙ୍କ ମଧ୍ୟରୁ ୫ଜଣ ମହିଳା ଓ ପୁରୁଷ ନିକଟରେ ଅନୁଗୋଳ ଆସିଥିବା ଜଣାପଡିଛି। ସେମାନେ ଜିଲାର ବିଭିନ୍ନ ଅଞ୍ଚଳକୁ ଯାଇ କେତେଜଣଙ୍କ ଘରେ ରହିବା ସହ ସ୍ଥାନୀୟ ମସଜିଦ୍‌କୁ ମଧ୍ୟ ଯାଇଥିଲେ। ଏ ନେଇ ତନାଘନା ପରେ ସନ୍ଦେହରେ ଜିଲାର ମୋଟ୍‌ ୩୧ ଜଣଙ୍କୁ ପ୍ରଶାସନ ପକ୍ଷରୁ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି।
ଜିଲାପାଳ କହିଛନ୍ତି ଯେ, ସମ୍ପୃକ୍ତ ଧର୍ମଗୁରୁମାନେ ଗତ ମାର୍ଚ୍ଚ ୧୫ରେ ଅନୁଗୋଳ ଆସିବା ସହ ୨୦ ତାରିଖରେ ଜିଲା ବାହାରକୁ ଯାଇଥିଲେ। ସହର ଉପକଣ୍ଠ ବିଭିନ୍ନ ସ୍ଥାନ ସହ ନାଲ୍‌କୋ ଅଞ୍ଚଳ ଓ ତାଳଚେର ମଧ୍ୟ ଯାଇଥିଲେ। ତେଣୁ ସହର ଉପକଣ୍ଠର ୧୨ଜଣଙ୍କ ସହ ନାଲ୍‌କୋ ଅଞ୍ଚଳରୁ ୧୧ ଓ ତାଳଚେରରୁ ୮ଜଣଙ୍କୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଉଛି। ଏହାକୁ ନେଇ ଜିଲାବାସୀ ଭୟଭୀତ ହୁଅନ୍ତୁ ନାହିଁ। ଅନୁଗୋଳ ପୋଲିସ କହିଛି, ଧର୍ମଗୁରୁମାନେ ପଶ୍ଚିମବଙ୍ଗରୁ ଆସି ଜିଲାର ବିଭିନ୍ନ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ସୂଚନା ମିଳିଛି। କାଳେ ସେମାନେ ଦିଲ୍ଲୀରୁ ସିଧାସଳଖ ଅନୁଗୋଳ ଆସି ଧର୍ମ ଚର୍ଚ୍ଚା କରିଥିବେ ସେ ନେଇ ଜିଲା ପ୍ରଶାସନ ଆଶଙ୍କା କରି ଲୋକମାନଙ୍କୁ କ୍ବାରାଣ୍ଟାଇନ୍‌ କରିଛି। ଅନୁଗୋଳ ତହସିଲଦାର ନେହେରୁ ମାଝି, ପୌରପରିଷଦ ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା, ଅନୁଗୋଳ ଥାନା ଏସ୍‌ଆଇ ସତ୍ୟରଞ୍ଜନ ଲେଙ୍କା, ଅରକ୍ଷିତ ସେଠୀ ପ୍ରମୁଖ ସମ୍ପୃକ୍ତ ଲୋକମାନଙ୍କୁ କ୍ବାରାଣ୍ଟାଇନ୍‌ ସେଣ୍ଟରକୁ ଆଣିଥିବା ପୋଲିସ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?