ଅନୁଗୋଳ ଜିଲାରେ ୭୨.୮୧ ପ୍ରତିଶତ ପାସ୍‌

ଅନୁଗୋଳ ଅଫିସ, ୨୨।୫- ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଅନୁଗୋଳ ଜିଲାରେ ମୋଟ୍‌ ୭୨.୮୧ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ତେବେ ପୂର୍ବବର୍ଷ ଅପେକ୍ଷା ପାସ୍‌ ହାର ହ୍ରାସ ପାଇଥିବା ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା ସୂଚନା ଦେଇଛନ୍ତି।
ଜିଲାର ମୋଟ୍‌ ୨୬୨ଟି ସ୍କୁଲର ୧୭୨୦୭ ଛାତ୍ରୀଛାତ୍ର ଚଳିତବର୍ଷ ୮୫ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ମୋଟ୍‌ ୧୨୪୯୮ କୃତକାର୍ଯ୍ୟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୬୩୯୭ ଛାତ୍ରୀ ଥିବାବେଳେ ୬୧୦୧ ଛାତ୍ର ଅଛନ୍ତି। ପରୀକ୍ଷାରେ ଅସାଧୁ ଉପାୟ ଅବଲମ୍ବନ କରି ୪୧ ଜଣ ଧରାପଡ଼ିଛନ୍ତି। ଏଥର ଜିଲାରେ ମୋଟ୍‌ ୧୭,୧୬୬ ଛାତ୍ରୀଛାତ୍ରଙ୍କ ପରୀକ୍ଷାଫଳ ପ୍ରକାଶ ପାଇଛି। ସେଥିରୁ ୫୨ ପରୀକ୍ଷାର୍ଥୀ ୯୦ ପ୍ରତିଶତରୁ ଅଧିକ ଅର୍ଥାତ୍‌ ଏ-୧ରେ କୃତକାର୍ଯ୍ୟ ହୋଇଛନ୍ତି। ସେହିପରି ଏ-୨ରେ ୩୮୪, ବି-୧ରେ ୮୮୭, ବି-୨ରେ ୧୭୪୪ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ସି’ରେ ୨୬୬୬, ଡି’ରେ ୩୩୭୨, ଇ’ରେ ୩୩୯୩ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ଏଫ’ରେ ୪୬୬୮ ଛାତ୍ରୀଛାତ୍ର ରହିଛନ୍ତି। ଜିଲାରେ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖିଥିବା ସ୍କୁଲ ମଧ୍ୟରେ ଅନୁଗୋଳ ହାଇସ୍କୁଲର ୪ ଛାତ୍ରୀଛାତ୍ର ରହିଥିବାବେଳେ ୧୫ ଜଣ ନାଲ୍‌କୋନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଅଛନ୍ତି। ୧୭ ଜଣ ଅନୁଗୋଳସ୍ଥିତ ଗାନ୍ଧୀମାର୍ଗ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ପିବିକେ ହାଇସ୍କୁଲ ବଅଁରପାଳର ଜଣେ, ପିଏଚଏସ ଫୁଲପଡ଼ା, ଡିଏଭି(ସିଡବ୍ଲ୍ୟୁଏସ୍‌) ସେଣ୍ଟ୍ରାଲ କଲୋନୀ, କୁମଣ୍ଡ ଜରାସିଂହା ହାଇସ୍କୁଲ ଓ ତାଳଚେର ହାଇସ୍କୁଲର ଜଣେ ଲେଖାଏଁ ଛାତ୍ରୀଛାତ୍ର ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖିଛନ୍ତି। ଡେରାର ଏସ୍‌ଆଇଇଆର୍‌ସି ବିଦ୍ୟାଳୟର ୩ ଛାତ୍ରୀଛାତ୍ର ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବାବେଳେ କୋଶଳା ହାଇସ୍କୁଲର ଜଣେ ଛାତ୍ରୀ, ପାଲଲହଡ଼ା ମହତାବ ହାଇସ୍କୁଲର ଜଣେ ଛାତ୍ରୀ, ଗାନ୍ଧୀନଗର ଡିମିରିଆ ହାଇସ୍କୁଲର ଜଣେ ଛାତ୍ରୀ, ଖମାର ୟୁଜିୟୁବିପିର ଦୁଇ ଛାତ୍ର, ଧର୍ମପୁର ହାଇସ୍କୁଲର ଜଣେ ଛାତ୍ର ଓ ବଡ଼କେରା ଏସ୍‌ଜେ ନୋଡାଲ ହାଇସ୍କୁଲର ଜଣେ ଛାତ୍ରୀ ୯୦ ପ୍ରତିଶତରୁ ଉର୍ଦ୍ଧ୍ୱ ନମ୍ବର ରଖିଛନ୍ତି। ଏକ୍ସ-ରେଗୁଲାରେ ପାସ ହାର ୪୧.୩୨ ରହିଛି। ବି-୧ରେ ଜଣେ, ସି’ରେ ୯ ଜଣ, ଡି’ରେ ୪୦ ଜଣ, ଇ’ରେ ୧୧୭ ଜଣ, ଏଫରେ ୨୪୦ ଜଣ ରହିଛନ୍ତି। କରେସପଣ୍ଡେଣ୍ଟ କୋର୍ସରେ ୬ଟି ପରୀକ୍ଷାକେନ୍ଦ୍ରରେ ୨୯୯ ଜଣ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୨୩୯ ପାସ କରିଥିବାବେଳେ ପରୀକ୍ଷାଫଳ ପ୍ରତିଶତ ୮୦.୨୦ ରହିଛି। ୨୦୧୮ରେ ଜିଲାରେ ୮୦.୩୨ ପ୍ରତିଶତ ପିଲା ପାସ୍‌ କରିଥିବା ବେଳେ ଚଳିତବର୍ଷ ସଂଖ୍ୟା ହ୍ରାସ ପାଇଛି ବୋଲି ଜିଲା ଶିକ୍ଷା ଅଧିକାରୀ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ଝୁଲିଲା ଅନୁଗୋଳ, ତାଳଚେର, ଆଠମଲ୍ଲିକ

ଅନୁଗୋଳ, ୨୮ା୩ (ଅମିତ କୁମାର ସାମଲ)ବିଜୁ ଜନତା ଦଳ ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟରେ ୭୧ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ...

ରାସ୍ତା ପାର୍ଶ୍ୱରେ ବିପଜ୍ଜନକ ଅବସ୍ଥାରେ ଚାଲୁଛି ପରିବା ବଜାର

ବଅଁରପାଳ/ଅନୁଗୋଳ,୨୫ା୩(ଅମିତ କୁମାର ସାମଲ): ବଅଁରପାଳ ବ୍ଲକ କୁଲା଼ଡ ଏଫ୍‌ସିଆଇ ଛକରୁ ନାଲ୍‌କୋ ସିପିପିକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାଖରେ ଚାଲିଛି ପରିବା ବଜାର। କରୋନା...

ଲୁଚାଚୋରାରେ ଘରୋଇ ଜାଗାରେ ପଡ଼ୁଛି ଅଳିଆ

ଅନୁଗୋଳ, ୨୨ା୩ (ଅମିତ କୁମାର ସାମଲ): ଅନୁଗୋଳ ସହରରୁ ବାହାରୁଥିବା ଆବର୍ଜନା କେଉଁଠାରେ ପକାଯିବ ତାହାକୁ ନେଇ ସୃଷ୍ଟି ହୋଇଥିବା ସମସ୍ୟାର ଏଯାଏ ସମାଧାନ ହୋଇପାରୁ...

ରାଜନୈତିକ ସମୀକରଣ ଦେଖି ରଣନୀତି

ଆଠମଲ୍ଲିକ,୨୨।୩(ଉଦୀପ୍ତ ପୁରୋହିତ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରଠାରୁ ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ସାଧାରଣରେ ବହୁ ଆଲୋଚନା ଚାଲିଛି। ଅନୁଗୋଳ ଜିଲାର ୫ଟି ବିଧାନସଭା...

ଜଙ୍ଗଲ ନିଆଁ ଆୟତ୍ତ କଲେ ଗାଁ ପିଲା

ପାଲଲହଡ଼ା,୨୦ା୩ (ଦିବ୍ୟଜ୍ୟୋତି ଦାଶ): ଖେଳକୁଦ କରିବା ବୟସରେ ୭ ଜଣ ପିଲା ଦେଖାଇଛନ୍ତି ସାହସିକତା। ସଚେତନ ମଣିଷଙ୍କ ପରି ସେମାନେ ବୁଦ୍ଧି ଖଟାଇ ଜଙ୍ଗଲ ନିଅଁାକୁ...

ଅନୁଗୋଳରେ ୨୭, ୬୨୫ ନୂଆ, ୭, ୭୪୮ ବରିଷ୍ଠ ମତଦାତା

ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ଥିବା ବିଧାନସଭା ଆସନ ଏବଂ ଢେଙ୍କାନାଳ ଓ ସମ୍ବଲପୁର ଲୋକ ସଭା ଅଧୀନରେ ଆସୁଥିବା ନିର୍ବାଚନମଣ୍ଡଳୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri