ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ: ଚିକିତ୍ସାରେ ଅବହେଳା ଯୋଗୁ ମୃତ୍ୟୁ ଅଭିଯୋଗ

ଅନୁଗୋଳ ଅଫିସ, ୨୭।୯-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବଅଁରପାଳ ନୂଆହତା ଗ୍ରାମର ବିରଜା ମୋହନ ପଟ୍ଟନାୟକ(୫୧)। ମୃତକଙ୍କ ପୁଅ ପ୍ରତୀକ ପଟ୍ଟନାୟକଙ୍କ ଅଭିଯୋଗ ମୁତାବକ, ବୁଧବାର ସନ୍ଧ୍ୟାରେ ବିରଜା ବିଷପାନ କରି ଦେବାରୁ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ପରିବାର ଲୋକେ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରିବାକୁ ଡାକ୍ତରଙ୍କୁ ଅନୁରୋଧ କରିଥିଲେ। କିନ୍ତୁ ଡାକ୍ତରମାନେ ଏହାକୁ କର୍ଣ୍ଣପାତ ନ କରିବାରୁ ଗିରିଜାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନା ପରିସରରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ତେବେ ବିଷ ପିଇଥିବା ଯୋଗୁ ଗିରିଜାଙ୍କ ମୃତ୍ୟୁ ଘଟିଥିବା ଏଡିଏମ୍‌ଓ ଲକ୍ଷ୍ମୀନାରାୟଣ ବିଶୋଇ କହିଛନ୍ତି। ଅଭିଯୋଗ ସଂକ୍ରାନ୍ତରେ ପଚାରିବାରେ ସେ କହିଛନ୍ତି, ଘଟଣା କ’ଣ ହୋଇଛି ଅନୁଧ୍ୟାନ କରାଯିବ। ତଦନ୍ତ ପରେ ରିପୋର୍ଟ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ରହିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା; ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ । ମଝିରେ ଆଉ ୪ ଦିନ ରହିଥିବା ବେଳେ ପ୍ରସ୍ତୁତି ଶେଷ…

ସାଇଲେଣ୍ଟ ଗେମ୍ କରିଦେଲା ଚାଇନା, ଘରୁ ବାହାରି ପାରୁନାହାନ୍ତି ତାଇଓ୍ବାନ ରାଷ୍ଟ୍ରପତି

ବେଜିଂ,୨୧।୪: ଚାଇନା ତାଇୱାନର ରାଷ୍ଟ୍ରପତି ୱିଲିୟମ୍ ଲାଇ ଚିଙ୍ଗ-ତେଙ୍କ ବିରୁଦ୍ଧରେ ଏକ ସାଇଲେଣ୍ଟ ଗେମ୍ ଖେଳିଛି। ଫଳସ୍ୱରୂପ, ରାଷ୍ଟ୍ରପତି ଲାଇ ତାଙ୍କ ଘର ଅର୍ଥାତ୍ ଦେଶ ବାହାରକୁ…

ଜାତୀୟ ରାଜପଥ ନିକଟରୁ ଅଚିହ୍ନା ମୃତଦେହ ଉଦ୍ଧାର, ଅଜଣା ଗାଡି ଧକ୍କାରେ…

ବଣାଇଁ,୨୧।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥର ବିରିତୋଳା ନିକଟରୁ ଅଜଣା ମୃତଦେହ ଉଦ୍ଧାର କରାଯାଇଛି । ଜଣେ ଅଚିହ୍ନା ଯୁବକଙ୍କ…

ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ଆଗରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓଙ୍କୁ ଦାବିପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୦ ଦଫା ଦାବି ହାସଲ…

ରାଉ‌ରକେଲାରେ ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି, ଖରାକୁ ଖାତିର ନକରି…

ରାଉରକେଲା,୨୧।୪(ସଂଗୀତା ଜେନା) ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ରାଉରକେଲା ଅଭିମୁଖେ ଯାତ୍ରା କରିଥିଲେ । ରାଉରକେଲା…

କାଳିପଲ୍ଲୀରେ କିଡ଼ନୀ ରୋଗର ଭୟାବହତା: ଚିନ୍ତାପ୍ରକଟ କରି ମୁଖ୍ୟମନ୍ତ୍ରୀଙ୍କୁ ଏହି ନିବେଦନ କଲେ ପ୍ରଦୀପ ପାଣିଗ୍ରାହୀ

ଗଞ୍ଜାମ/ଛତ୍ରପୁର,୨୧।୪(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ଜିଲା କାଳିପଲ୍ଲୀ ପଞ୍ଚାୟତରେ କାୟା ବିସ୍ତାର କରିଥିବା କିଡ଼ନୀ ରୋଗର ବ୍ୟାପକତାକୁ ନେଇ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ବ୍ରହ୍ମପୁର ଏମ୍‌ପି…

ସିଏମ୍ ଟ୍ରଫି ଖୋଖୋ ଚାମ୍ପିୟନ୍ ହେଲେ ରାଇକିଆ ଛାତ୍ରୀ, ଛୁଟିଲା ଶୁଭେଚ୍ଛା

ରାଇକିଆ,୨୧।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଏଥଲେଟିକ୍ସ ଆସୋସିଏସନ୍ ତରଫରୁ ଆୟୋଜିତ ୧୫ବର୍ଷରୁ କମ୍ “ସିଏମ୍ ଟ୍ରଫି ୨.୦” ଜିଲାସ୍ତରୀୟ ଖୋଖୋ ପ୍ରତିଯୋଗୀତାରେ ଚାମ୍ପିୟନ୍ ହୋଇଛନ୍ତି ରାଇକିଆ ସରକାରୀ…

ମୋଦିଙ୍କୁ ‘ଆତଙ୍କବାଦୀ’ କହିଲେ ଖାର୍ଗେ: ବଢିଲା ବିବାଦ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆତଙ୍କବାଦୀ ବୋଲି ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri