ଅନୁଗୋଳ ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଅନୁଗୋଳ ଅଫିସ, ୨୪।୭-ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟ ଆହାରକେନ୍ଦ୍ର ପଛପଟେ ଶନିବାର ରାତିରେ ଘଟିଥିବା ନାବାଳିକା ବଳାତ୍କାର ଘଟଣାର ଅଭିଯୁକ୍ତ ଅମଲାପଡ଼ାର ଶିବୁ ପଟ୍ଟନାୟକ(୫୫)ଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ନାବାଳିକାଙ୍କ ମାଇଁ କରିଥିବା ଅଭିଯୋଗ ଆଧାରରେ ନଂ. ୫୫୨/୧୯ରେ ମାମଲା ରୁଜୁ ସହ ଅଭିଯୁକ୍ତ ଶିବୁଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ମିତ୍ରଭାନୁ ମହାପାତ୍ର ସୂଚନା ଦେଇଛନ୍ତି। ୧୫ ଦିନ ମଧ୍ୟରେ ଏହି ମାମଲାର ଚାର୍ଜଶିଟ୍‌ କୋର୍ଟରେ ଦାଖଲ ସହ ଯଥାଶୀଘ୍ର ଟ୍ରାଏଲ ପାଇଁ କୋର୍ଟଙ୍କୁ ଅନୁରୋଧ କରାଯିବ ବୋଲି ଏସ୍‌ପି ମହାପାତ୍ର ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ଥିଲେ ମଧ୍ୟ ବସ୍‌ଷ୍ଟାଣ୍ଡରେ ଲାଗିଥିବା କେତୋଟି କ୍ୟାମେରାରେ କଏଦ ହୋଇଥିବା କିଛି ଦୃଶ୍ୟ ଖୋଜାଯାଉଥିବା ଏସ୍‌ପି କହିଛନ୍ତି। ଏସ୍‌ପି କହିଥିଲେ ଯେ, ଶିବୁଙ୍କ ନାମରେ
ପୂର୍ବରୁ ବହୁ ଅଭିଯୋଗ ରହିଛି। ଶନିବାର ରାତିରେ ମାଇଁ ପାଖରେ ଶୋଇଥିବା ନାବାଳିକାଙ୍କ ମୁହଁରେ ହାତ ଦେଇ ଅଭିଯୁକ୍ତ ଉଠାଇ ନେଇଯାଇଥିଲେ। ଆହାର କେନ୍ଦ୍ର ନିକଟରେ ତାଙ୍କୁ ବଳାତ୍କାର କରି ଅନ୍ୟତ୍ର ଫିଙ୍ଗି ଦେଇଥିଲେ। ଅଭିଯୁକ୍ତଙ୍କୁ ଧରିବା ପାଇଁ ୪ଟି ଟିମ୍‌ ଗଠନ କରାଯାଇଥିଲା। ପ୍ରଥମ ଟିମ୍‌ରେ ଥିବା ସବ୍‌ଇନ୍ସପେକ୍ଟର ସୌମ୍ୟା ରାୟ ନାବାଳିକାଙ୍କ ଚିକିତ୍ସା କଥା ବୁଝିବାକୁ କଟକ ଯାଇଛନ୍ତି। ସେହିପରି ସବ୍‌ଇନ୍ସପେକ୍ଟର ବିପ୍ଳବ ସାହୁ ତଥ୍ୟ ପ୍ରମାଣ ସହ ସାଇଣ୍ଟିଫିକ୍‌ ଟିମ୍‌ର ଦାୟିତ୍ୱ ନେଇଥିଲେ। ସବ୍‌ଇନ୍ସପେକ୍ଟର ନିରୋଦ କୁମାର ଦାସ ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ସମସ୍ତ ଟିମ୍‌କୁ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ସହଯୋଗ କରୁଥିବାବେଳେ ଘଟଣାର ସେ ତଦନ୍ତ କରୁଛନ୍ତି। ନାବାଳିକାଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି। ଡାକ୍ତରଙ୍କ ଠାରୁ ଏ ନେଇ ତଥ୍ୟ ମିଳିବା ପରେ ଆବଶ୍ୟକ ପଡ଼ିଲେ ଅଭିଯୁକ୍ତଙ୍କ ବିରୋଧରେ ଲଗାଯାଇଥିବା ଦଫାରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଏହି ଖବରଦାତା ସମ୍ମିଳନୀରେ ଅନୁଗୋଳ ଏସ୍‌ଡିପିଓ ଅଶ୍ୱନୀ ସାହୁ, ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri