ଅନୁଗୋଳ ପୋଲିସ ହାତରେ ଚୋରା କୋଇଲା ଗ୍ୟାଙ୍ଗ

ଅନୁଗୋଳ ଅଫିସ, ୧୮।୧୨- ଚୋରା କୋଇଲା କାରବାର କରୁଥିବା ଏକ ଗ୍ୟାଙ୍ଗର ୪ଜଣଙ୍କୁ ଅନୁଗୋଳ ପୋଲିସ କାବୁ କରିଛି। ଏଥିସହ ସମ୍ପୃକ୍ତ ମାଫିଆଙ୍କ ନିକଟରୁ ବିପୁଳ ପରିମାଣର ଚୋରା କୋଇଲା ସହ ଏକ ଗାଡ଼ି ଜବତ କରାଯାଇଛି। ଏହି ଘଟଣାରେ ଅନ୍ୟ ଦୁଇ ଜଣ ଫେରାର ଥିବା ବେଳେ ଆମ୍ବପାଳ ଜଙ୍ଗଲରେ ୬୧.୬୭୦ ମେଟ୍ରିକ ଟନ୍‌ ଚୋରା କୋଇଲା ଗଚ୍ଛିତ ହୋଇଥିବା ଡିପୋ ଓ ନତଡ଼ା ଗୀତା ଆଶ୍ରମ ନିକଟରେ ଗଚ୍ଛିତ ଥିବା ୧୫.୨୬୦ ମେଟ୍ରିକ ଟନ୍‌ କୋଇଲା ଜବତ କରାଯାଇଥିବା ଅନୁଗୋଳ ପୋଲିସ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ଅବଗତ କରାଯାଇଛି। ତାଳଚେରର କୋଇଲା ଖଣିରୁ ଚୋରାରେ କୋଇଲା ଆଣି କଟକ ଜିଲାର ନରସିଂହପୁର ଅଞ୍ଚଳକୁ ଏମାନେ ଚାଲାଣ କରୁଥିବା ପଚରା ଉଚରା ସମୟରେ ଅଭିଯୁକ୍ତମାନେ ସୂଚନା ଦେଇଥିବା ପୋଲିସ କହିଛି। ଏ ସଂକ୍ରାନ୍ତରେ ଅନୁଗୋଳ ପୋଲିସ ନଂ. ୧୦୬୫/୧୯ରେ ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri