Posted inରାଜ୍ୟ

ଅନୁଗୋଳ ପୌର କାର୍ଯ୍ୟାଳୟରେ ଜିଲାପାଳ: ସଫେଇ ସାର୍ଟିଫିକେଟ ଆଣିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ, ୩୦।୫: ଅନୁଗୋଳ ପୌରାଞ୍ଚଳରେ ପରିମଳ ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପ୍ରଶାସକ ତଥା ଜିଲାପାଳ ମନୋଜ କୁମାର ମହାନ୍ତି। ବୁଧବାର ଜିଲାପାଳ ପୌର କାର୍ଯ୍ୟାଳୟରେ ପହଞ୍ଚି ସଫେଇ ଓ କର୍ମଚାରୀଙ୍କ ଉପସ୍ଥାନ ଯାଞ୍ଚ କରିବା ସହ ଅସନ୍ତୋଷ ପ୍ରକାଶ କରିଥିଲେ। ଓ୍ବାର୍ଡଗୁଡ଼ିକ ଠିକ୍‌ ଭାବେ ସଫେଇ ହେଉଛି କି ନାହିଁ ଏଣିକି ସେ ସମ୍ପର୍କରେ ଲୋକଙ୍କଠାରୁ ଦସ୍ତଖତ ସମ୍ବଳିତ ସାର୍ଟିଫିକେଟ୍‌ ଆଣିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ।ସହରର ପରିମଳ ବ୍ୟବସ୍ଥା କାହିଁକି ଠିକ୍‌ ହେଉନାହିଁ ଓ କେଉଁଠି ସମସ୍ୟା ରହୁଛି ସେ ସମ୍ପର୍କରେ ଜିଲାପାଳ ପୌରନିର୍ବାହୀ ଅଧିକାରୀଙ୍କୁ ପଚାରିଥିଲେ। ଏଥିସହ ପ୍ରତ୍ୟେକ ୱାର୍ଡର ସୁପରଭାଇଜର କ’ଣ କରୁଛନ୍ତି ବୋଲି ଜିଲାପାଳ ପ୍ରଶ୍ନ କରିଥିଲେ। ଏଣିକି ପ୍ରତି ୱାର୍ଡରେ ନିୟୋଜିତ ସୁପରଭାଇଜର ଦୈନିକ ସକାଳୁ ସେମାନଙ୍କ ୱାର୍ଡ ପରିଦର୍ଶନ କରିବେ। ନିଜ ୱାର୍ଡରେ ସଫେଇ କାର୍ଯ୍ୟ ସମ୍ପର୍କରେ ସ୍ଥାନୀୟ ଲୋକଙ୍କ ଠାରୁ ଦସ୍ତଖତ ଆଣିବେ। ଯେଉଁ ୱାର୍ଡରୁ ଲୋକଙ୍କ ଦସ୍ତଖତ ନ ଆସିବ ସେ ୱାର୍ଡର ପରିମଳ ବ୍ୟବସ୍ଥା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉ ନ ଥିବା ଧରାଯିବ ବୋଲି ଜିଲାପାଳ କହିଥିଲେ। ସେହିପରି ପୌର କର୍ମଚାରୀମାନେ କାର୍ଯ୍ୟାଳୟକୁ କେଉଁ ସମୟରେ ଆସୁଛନ୍ତି ଓ ଯାଉଛନ୍ତି ସେ ନେଇ ନଜର ରଖିବାକୁ ପୌର ନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ପୌରପାଳିକା ଶୈଳୀ ଛାଡ଼ି ଟିମ୍‌ ୱାର୍କରେ କାର୍ଯ୍ୟ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ପୌରପାଳିକା ପକ୍ଷରୁ ଆଦାୟ ହେଉଥିବା ଟିକସ ଉପରେ ମଧ୍ୟ ଗୁରୁତ୍ୱ ଦେବା ପାଇଁ ପୌର ଅଧିକାରୀଙ୍କୁ ଜିଲାପାଳ କହିଥିଲେ। ଜିଲାପାଳଙ୍କ ସହ ଗ୍ରାମ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତ୍ତିରାୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri