ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ସହଯୋଗ : ପୁରୀରେ ଭ୍ରାମ୍ୟମାଣ ୨ ଏଟିଏମ୍‌ ଗାଡ଼ି

ଅନୁଗୋଳ ଅଫିସ, ୧୮।୫ – ରାଜ୍ୟ ସମବାୟ ବ୍ୟାଙ୍କ ଅନୁରୋଧ କ୍ରମେ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ପକ୍ଷରୁ ୨ଟି ଭ୍ରାମ୍ୟମାଣ ଏଟିଏମ୍‌ ଗାଡ଼ି ପୁରୀ ଜିଲାର ବିଭିନ୍ନ ଅଞ୍ଚଳ ବୁଲି ଫନୀ ବିପନ୍ନଙ୍କୁ ଏଟିଏମ୍‌ ସୁବିଧା ପ୍ରଦାନ କରୁଛି। ଗତ ୯ ତାରିଖ ଠାରୁ ଉକ୍ତ ୨ଟି ଗାଡ଼ି ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରୁଥିବା ବେଳେ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ମନିଟରିଂ କରଯାଉଛି। ଫଳରେ ଯେ କୌଣସି ବ୍ୟାଙ୍କର ଏଟିଏମ୍‌ କାର୍ଡ ଦ୍ୱାରା ବିପନ୍ନମାନେ ଏହି ଭ୍ରାମ୍ୟମାଣ ଏଟିଏମ୍‌ରୁ ଟଙ୍କା ଉଠାଣର ସୁବିଧା ପାଇବାରେ ସକ୍ଷମ ହୋଇପାରିଛନ୍ତି। ଏଥିପାଇଁ ପୁରୀ ଜିଲାବାସୀଙ୍କ ସହିତ ଜିଲା ପ୍ରଶାସନ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କକୁ ଧନ୍ୟବାଦ ଜଣାଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଗତ ୯ ତାରିଖ ଠାରୁ ଅଦ୍ୟାବଧି ମୋଟ୍‌ ୭୧୯ ଜଣ ସେମାନଙ୍କ ପାଖରେ ଥିବା ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ କାର୍ଡ ଜରିଆରେ ମୋଟ୍‌ ୨୬.୪୫ ଲକ୍ଷ ଟଙ୍କା ଉଠାଣ କରିଛନ୍ତି। ସମସ୍ତ ବ୍ୟାଙ୍କର ଏଟିଏମ୍‌ କାର୍ଯ୍ୟକ୍ଷମ ନ ହେବା ପର୍ଯ୍ୟନ୍ତ ଏହି ଭ୍ରାମ୍ୟମାଣ ଏଟିଏମ୍‌ ଗାଡ଼ି ପୁରୀରେ କାର୍ଯ୍ୟରତ ରହିବ ବୋଲି ବ୍ୟାଙ୍କର ସଭାପତି ଅକ୍ଷୟ କୁମାର ମହାନ୍ତି ଓ ସମ୍ପାଦକ ଭକ୍ତେଶ୍ୱର ମଲିକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri