ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ସହଯୋଗ : ପୁରୀରେ ଭ୍ରାମ୍ୟମାଣ ୨ ଏଟିଏମ୍‌ ଗାଡ଼ି

ଅନୁଗୋଳ ଅଫିସ, ୧୮।୫ – ରାଜ୍ୟ ସମବାୟ ବ୍ୟାଙ୍କ ଅନୁରୋଧ କ୍ରମେ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ପକ୍ଷରୁ ୨ଟି ଭ୍ରାମ୍ୟମାଣ ଏଟିଏମ୍‌ ଗାଡ଼ି ପୁରୀ ଜିଲାର ବିଭିନ୍ନ ଅଞ୍ଚଳ ବୁଲି ଫନୀ ବିପନ୍ନଙ୍କୁ ଏଟିଏମ୍‌ ସୁବିଧା ପ୍ରଦାନ କରୁଛି। ଗତ ୯ ତାରିଖ ଠାରୁ ଉକ୍ତ ୨ଟି ଗାଡ଼ି ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରୁଥିବା ବେଳେ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ମନିଟରିଂ କରଯାଉଛି। ଫଳରେ ଯେ କୌଣସି ବ୍ୟାଙ୍କର ଏଟିଏମ୍‌ କାର୍ଡ ଦ୍ୱାରା ବିପନ୍ନମାନେ ଏହି ଭ୍ରାମ୍ୟମାଣ ଏଟିଏମ୍‌ରୁ ଟଙ୍କା ଉଠାଣର ସୁବିଧା ପାଇବାରେ ସକ୍ଷମ ହୋଇପାରିଛନ୍ତି। ଏଥିପାଇଁ ପୁରୀ ଜିଲାବାସୀଙ୍କ ସହିତ ଜିଲା ପ୍ରଶାସନ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କକୁ ଧନ୍ୟବାଦ ଜଣାଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଗତ ୯ ତାରିଖ ଠାରୁ ଅଦ୍ୟାବଧି ମୋଟ୍‌ ୭୧୯ ଜଣ ସେମାନଙ୍କ ପାଖରେ ଥିବା ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ କାର୍ଡ ଜରିଆରେ ମୋଟ୍‌ ୨୬.୪୫ ଲକ୍ଷ ଟଙ୍କା ଉଠାଣ କରିଛନ୍ତି। ସମସ୍ତ ବ୍ୟାଙ୍କର ଏଟିଏମ୍‌ କାର୍ଯ୍ୟକ୍ଷମ ନ ହେବା ପର୍ଯ୍ୟନ୍ତ ଏହି ଭ୍ରାମ୍ୟମାଣ ଏଟିଏମ୍‌ ଗାଡ଼ି ପୁରୀରେ କାର୍ଯ୍ୟରତ ରହିବ ବୋଲି ବ୍ୟାଙ୍କର ସଭାପତି ଅକ୍ଷୟ କୁମାର ମହାନ୍ତି ଓ ସମ୍ପାଦକ ଭକ୍ତେଶ୍ୱର ମଲିକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri