Posted inଜାତୀୟ

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ୧୪୪ ନାବାଳକ ହୋଇଛନ୍ତି ଗିରଫ: ହାଇକୋର୍ଟ ସୁପ୍ରିମ୍‌କୋର୍ଟକୁ ଦେଲେ ସୂଚନା

ନୂଆଦିଲ୍ଲୀ,୨।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ୧୪୪ ଜଣା ନାବାଳକଙ୍କୁ ଗିରଫ କରାଯାଇଛି। ଏନେଇ ଜମ୍ମୁ-କଶ୍ମୀର ହାଇକୋର୍ଟର କିଶୋର ନ୍ୟାୟ ସମିତି ପକ୍ଷରୁ ସୁପ୍ରିମ୍‌କୋର୍ଟକୁ ସୂଚନା ଦିଆଯାଇଛି। ଏନେଇ ସମିତି ପକ୍ଷରୁ ଏକ ରିପୋର୍ଟ ସର୍ବୋଚ୍ଚ ନ୍ୟାୟାଳୟରେ ଦାଖଲ କରାଯାଇଛି। ଗିରଫ ହୋଇଥିବା ନାବାଳକଙ୍କ ମଧ୍ୟରୁ ୨ ଜଣଙ୍କୁ ସୁଧାର ଗୃହକୁ ପଠାଯାଇଛି। ଅନ୍ୟ ୧୪୨ ନାବାଳକଙ୍କୁ ପରେ ମୁକ୍ତ କରାଯାଇଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ଜମ୍ମୁ-କଶ୍ମୀରର ସ୍ଥିତି ନେଇ ସୁପ୍ରିମ୍‌କୋର୍ଟରେ ବାଳ ଅଧିକାର କର୍ମୀ ଏନାକ୍ଷୀ ଗାଙ୍ଗୁଲୀ ଏବଂ ଶାନ୍ତା ସିହ୍ନାଙ୍କ ପକ୍ଷରୁ ଏକ ଆବେଦନ ଦାଖଲ କରାଯାଇଥିଲା। ଏହାର ବିଚାର ବିଚାରପତି ଏନ୍‌.ବି. ରମଣ, ବିଚାରପତି ଏମ୍‌.ଆର୍‌. ଶାହ ଏବଂ ବିଚାରପତି ବି.ଆର୍‌. ଗଓ୍ବଇଙ୍କ ଦ୍ୱାରା ଗଠିତ ଖଣ୍ଡପୀଠରେ ଜାରି ରହିଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ହୁଜେଫା ଅହମ୍ମଦୀଙ୍କ ଅନୁରୋଧ ଅନୁସାରେ ଜମ୍ମୁ-କଶ୍ମୀର ହାଇକୋର୍ଟରୁ ଏନେଇ ସୁପ୍ରିମ୍‌କୋର୍ଟ ପକ୍ଷରୁ ରିପୋର୍ଟ ତଲବ୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri