Posted inଜାତୀୟ

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ୨ ଗୁଣା ବୃଦ୍ଧି ପାଇଛି ଅସ୍ତ୍ରବିରତି ଉଲ୍ଲଂଘନ: ଚଳିତ ବର୍ଷ ୩୨ ଶହ ଥରରୁ ଅଧିକ

ଶ୍ରୀନଗର,୨୮।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଅସ୍ତ୍ରବିରତି ଉଲ୍ଲଂଘନ ଯୋଗୁ ଉତ୍ତେଜନା ବଢ଼ିବାରେ ଲାଗିଛି। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ପାକିସ୍ତାନ ୨୦୦୩ ଚୁକ୍ତିର ଅବମାନନା କରି ୩୨ ଶହ ଥରରୁ ଅଧିକ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏଭଳି ଘଟଣାରେ ୨ ଗୁଣା ବୃଦ୍ଧି ହୋଇଛି। ଚଳିତ ଶୀତଋତୁରେ ପାକିସ୍ତାନ ପକ୍ଷରୁ ୭୭୮ କିମି ଦୀର୍ଘ ନିୟନ୍ତ୍ରଣ ରେଖାରେ ଏଭଳି ଘଟଣା ବଢ଼ିବାର ଆଶଙ୍କା ରହିଛି। ଏପରି କରି ଭାରତରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ପାକିସ୍ତାନର ମୁଖ୍ୟ ଲକ୍ଷ୍ୟ ବୋଲି ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଗତ ୫ ମାସ ମଧ୍ୟରେ ୧୬ ଶହ ଥର ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ସେଥିମଧ୍ୟରୁ ଅଗଷ୍ଟରେ ୩୦୭ ଥର, ସେପ୍ଟେମ୍ବରରେ ୨୯୨, ଅକ୍ଟୋବରରେ ୩୫୧, ନଭେମ୍ବରରେ ୩୦୪ ଏବଂ ଡିସେମ୍ବରରେ ବର୍ତ୍ତମାନ ସୁଦ୍ଧା ୩ ଶହରୁ ଅଧିକ ଥର ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ଏଥିରେ ୪୧ ଯବାନ ଶହୀଦ୍‌ ହୋଇଥିବାବେଳେ ୧୫୮ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି । ୨୦୧୭ରେ ଏଭଳି ୯୭୧ ଘଟଣା ଘଟିଥିବାବେଳେ ୨୦୧୮ରେ ୧,୬୨୯ ଥର ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri