Posted inଜାତୀୟ

ଅନୁଚ୍ଛେଦ ୩୭୦ ହଟାଯିବା ପରେ କଶ୍ମୀରରେ ୮୪ଥର ହୋଇଛି ଅନୁପ୍ରବେଶ ଉଦ୍ୟମ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୦।୧୨: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ପ୍ରଥମ ଥର ସରକାର ସଂସଦରେ ଏହାର ସ୍ଥିତିକୁ ନେଇ ଆଲୋଚନା କରିଛନ୍ତି। ଅଗଷ୍ଟଠାରୁ ଏବେ ପର୍ଯ୍ୟନ୍ତ କଶ୍ମୀରରେ ଅନୁପ୍ରବେଶର ୮୪ଟି ମାମଲା ସାମ୍ନାକୁ ଆସିଛି। ଅଗଷ୍ଟରୁ ଏପର୍ଯ୍ୟନ୍ତ ୫୯ ଆତଙ୍କବାଦୀ କଶ୍ମୀରରେ ଅନୁପ୍ରବେଶ ପାଇଁ ଉଦ୍ୟମ କରିଛନ୍ତି ବୋଲି ଲୋକ ସଭାରେ ସ୍ବରାଷ୍ଟ୍ର ରାଜ୍ୟମନ୍ତ୍ରୀ ଜି.କିଶନ ରେଡ୍ଡୀ କହିଛନ୍ତି। ଅନୁଚ୍ଛେଦ ୩୭୦ ହଟାଯିବା ପରେ ଘାଟିରେ ଆତଙ୍କବାଦୀ ଅନୁପ୍ରବେଶ ଘଟଣା ବୃଦ୍ଧି ପାଇଛି ବୋଲି କିଶନ ରେଡ୍ଡୀ କହିଛନ୍ତି। ଅପରପକ୍ଷରେ କଶ୍ମୀର ସ୍ଥିତି ଏବେ ସାମାନ୍ୟ ହେଉଛି ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ କହିଛନ୍ତି। ସମସ୍ତ ଥାନା ଅଞ୍ଚଳରେ କର୍ଫ୍ୟୁ ହଟାଇ ଦିଆଯାଇଥିବା ବେଳେ ସ୍ଥାନୀୟ ଲୋକେ ୧୪୪ ଧାରାରୁ ଆଶ୍ୱସ୍ତି ପାଇଛନ୍ତି। ଏଥିସହ ସେ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, କିଛି ନେତାଙ୍କୁ ନଜରବନ୍ଦୀ ରଖାଯିବାରୁ କଶ୍ମୀରରେ ଶାନ୍ତି ବଜାୟ ରହିଛି। ହେଲେ ଅନ୍ୟ ଲୋକଙ୍କୁ କାହିଁକି କଷ୍ଟ ହେଉଛି ବୋଲି ଶାହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri