Posted inଜାତୀୟ

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ବିଏସ୍‌ଏଫ୍‌ ଦେଲା କଡ଼ା ଜବାବ

ଶ୍ରୀନଗର,୬।୧୦: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। କିଛି ଆତଙ୍କବାଦୀ କୁପଓ୍ବାରା ଜିଲାର ନୌଗାମ୍‌ ସେକ୍ଟରରେ ରବିବାର ଅନୁପ୍ରବେଶ କରୁଥିବାବେଳେ ବିଏସ୍‌ଏଫ୍‌ ଯବାନଙ୍କ ପାଲଟା ଜବାବରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ଫେରି ପଳାଇଛନ୍ତି। ପାକିସ୍ତାନ ଲଞ୍ଚ୍‌ ପ୍ୟାଡ୍‌ରେ ଶହେରୁ ଅଧିକ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପ୍ରସ୍ତୁତ ହୋଇ ରହିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ମାଛଲି ସେକ୍ଟରର ତେଜିୟାଂରେ ଲଶ୍କର-ଇ-ତୋଏବାର ୪-୫ ଦଳ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରିଥିବାବେଳେ କୃଷ୍ଣା ଘାଟି ସେକ୍ଟରର ବଟାଲି ମୋହାଲିଠାରେ ୨ ଆତଙ୍କବାଦୀ ଦଳ, କେଜି ସେକ୍ଟରର ନଟ୍ଟାରଠାରେ ୨ ଦଳ ଅନୁପ୍ରବେଶ ଲାଗି ଯୋଜନା କରୁଥିବା ରିପୋର୍ଟରେ ଦର୍ଶାଯାଇଛି। ସେହିପରି ବିଜି ସେକ୍ଟରର ନିକଟରେ ଥିବା ପାକିସ୍ତାନ ଅଧିକୃତ କଶ୍ମୀରର ସଲହୁନ୍‌ ଏବଂ ମାତରିଆଠାରେ ଜୈଶ୍‌-ଇ-ମହମ୍ମଦ୍‌ ୫୦ ଏବଂ ଲଶ୍କର-ଇ-ତୋଏବାର ୩୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପ୍ରସ୍ତୁତ ହୋଇ ରହିଛନ୍ତି। କେରନ୍‌ ସେକ୍ଟରରେ ଅଲ୍‌-ବଦର ଏବଂ ଲଶ୍କର ସଂଗଠନର ୯୦ ଆତଙ୍କବାଦୀ ଭାରତରେ ପ୍ରବେଶ କରିବାକୁ ସୁଯୋଗକୁ ଅପେକ୍ଷା କରିଥିବା ଏହି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା…

ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri