ଅନୁମତି ନ ଥାଇ ତିଆରି କରିଥିଲା ଓଏସ୍‌ଆର୍‌ଟିସି : ଭଙ୍ଗାଗଲା ବେଆଇନ ପାଚେରି

ଢେଙ୍କାନାଳ ଅଫିସ, ୮।୬- ଢେଙ୍କାନାଳ ମହିଷାପାଟ ପଡ଼ିଆରେ ପ୍ରସ୍ତାବିତ ନୂତନ ବସଷ୍ଟାଣ୍ଡ ଜମିରେ ରେକର୍ଡ ନ ଥାଇ ଓଏସ୍‌ଆର୍‌ଟିସି ପକ୍ଷରୁ ନିର୍ମିତ ପାଚେରିକୁ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଜେସିବି ସହାୟତାରେ ସମ୍ପୂର୍ଣ୍ଣ ପାଚେରିକୁ ଭାଙ୍ଗି ଦିଆଯାଇଛି।
ଗମନାଗମନ ବ୍ୟବସ୍ଥାରେ ଉନ୍ନତି ଲାଗି ୨୦୦୦ରୁ ମହିଷାପାଟ ନିକଟରେ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ କରିବାକୁ ଉଦ୍ୟମ ଆରମ୍ଭ ହୋଇଥିଲା। ଏହି କାର୍ଯ୍ୟ ପିପିପି ମୋଡ୍‌ରେ ହେବ ବୋଲି ତତ୍କାଳୀନ ସମୟରେ ଡ୍ରିଟ୍‌ ପକ୍ଷରୁ ସୂଚନା ଦିଆଯାଇଥିଲା। ହେଲେ ଠିକାସଂସ୍ଥା ଏବଂ ଡ୍ରିଟ୍‌ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଜାଗାକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ମାମଲା ହାଇକୋର୍ଟ ଯାଏ ଯାଇଥିଲା। ଫଳରେ ବସ୍‌ଷ୍ଟାଣ୍ଡ ନିର୍ମାଣ କାମ ଅଟକି ରହିଥିଲା। ପରବର୍ତ୍ତୀ ସମୟରେ ଉକ୍ତ ପଡ଼ିଆର ୫ ଏକର ଜାଗା ଓଏସ୍‌ଆରଟିସି ପକ୍ଷରୁ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚିହ୍ନଟ ହୋଇଥିଲା। ଜିଲା ପ୍ରଶାସନର ବିନା ଅନୁମତିରେ ରେକର୍ଡଭୁକ୍ତ ହୋଇ ନ ଥିବା ଉକ୍ତ ଜାଗାରେ ଓଏସ୍‌ଆରଟିସି କର୍ତ୍ତୃପକ୍ଷ ପାଚେରି ତିଆରି କରିଥିଲେ। ଏହା ଜଣାପଡ଼ିବା ପରେ ଜିଲାପାଳଙ୍କ ନିର୍ଦ୍ଦେଶରେ ପାଚେରି ଭଙ୍ଗାଯାଇଛି।
ଏ ସମ୍ପର୍କରେ ତହସିଲଦାର ଉଦୟନାଥ ମହାପାତ୍ର କୁହନ୍ତି, ଓଏସ୍‌ଆରଟିସି ପକ୍ଷରୁ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚିହ୍ନଟ ଜାଗାର ବିଧିବଦ୍ଧ ଭାବେ ରେକର୍ଡଭୁକ୍ତ ହୋଇନାହିଁ। କାର୍ଯ୍ୟ ଆରମ୍ଭ ପୂର୍ବରୁ ବିଭାଗ ପକ୍ଷରୁ ଅନୁମତି ପାଇଁ ଆବେଦନ ମଧ୍ୟ କରାଯାଇନାହିଁ। ବେଆଇନ ଭାବେ ନିର୍ମାଣ କରାଯାଇଥିବା ପାଚେରିକୁ ଭାଙ୍ଗିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri