Posted inଖେଳ

ଅନୁରାଧାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର, ୨୩।୧୦(କ୍ରୀଡ଼ା ପ୍ରତିନିଧି)-ଅଲିମ୍ପିଆନ ଅନୁରାଧା ବିଶ୍ୱାଳଙ୍କୁ ମିଳିଛି ଆଉ ଏକ ଗୁରୁଦାୟିତ୍ୱ। ଓଏନଜିସି ପକ୍ଷରୁ ଏହି ଜାତୀୟ ରେକର୍ଡଧାରୀ ହର୍ଡଲ୍ସ ତାରକାଙ୍କୁ ସର୍ବଭାରତୀୟ ପବ୍ଲିକ୍‌ ସେକ୍ଟର ସ୍ପୋଟର୍‌ସ ପ୍ରମୋଶନ ବୋର୍ଡ (ଏଆଇପିଏସଏସପିବି)ର ଜାତୀୟ କ୍ରୀଡ଼ା ସଂଯୋଜକ ନିଯୁକ୍ତ କରାଯାଇଛି। ଜାତୀୟ ସ୍ତରରେ ପ୍ରତିଭା ଅନ୍ବେଷଣ ଏବଂ ସେମାନଙ୍କୁ ଏଆଇପିଏସଏସପିବି କ୍ରୀଡ଼ା ବୃତ୍ତିଲାଗି ମନୋନୀତ କରିବାର ଗୁରୁ ଦାୟିତ୍ୱ ଏବେ ଅନୁରାଧାଙ୍କ ଉପରେ। କେବଳ ଆଥଲେଟିକ୍ସ ନୁହେଁ ତୀରନ୍ଦାଜୀ, ବ୍ୟାଡ୍‌ମିଣ୍ଟନ ଟେବୁଲ ଟେନିସ, କୁସ୍ତି ଓ ବକ୍ସିଂ ଆଦି ଲାଗି ମଧ୍ୟ ସେ ପ୍ରତିଭା ଅନ୍ବେଷଣ ଦାୟିତ୍ୱ ତୁଲାଇବେ। ୧୪ରୁ ୧୯ ବର୍ଷର ପ୍ରତିଭା ସମ୍ପନ୍ନ ଖେଳାଳିଙ୍କୁ ବର୍ଷକ ପାଇଁ ମାସିକ ୧୦,୦୦୦ ଟଙ୍କା ଲେଖାଏ ବୃତ୍ତି ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି। ସର୍ବଭାରତୀୟ ସ୍ତରରେ ଏପରି ଏକ ଦାୟିତ୍ୱ ପାଇଥିବାରୁ ମୁଁ ବହୁତ ଖୁସି। ମୁଁ ଜଣେ ଅଲିମ୍ପିଆନ, ଏହା ବ୍ୟତୀତ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅଭିଜ୍ଞତାକୁ ଦେଖି ମୋତେ ଏହି ଗୁରୁଦାୟିତ୍ୱ ଦିଆ ଯାଇଛି। ମୁଁ ନିଷ୍ଠାର ସହିତ ଦାୟିତ୍ୱ ତୁଲାଇବାକୁ ନିଶ୍ଚିତ ଚେଷ୍ଟା କରିବି ବୋଲି ଅନୁରାଧା ନିଜ ପ୍ରତିକ୍ରୀୟାରେ ପ୍ରକାଶ କରିଛନ୍ତି।
ପ୍ରକାଶ ଯୋଗ୍ୟ ଯେ, ସମ୍ପ୍ରତି ନାଲ୍‌କୋରେ କାର୍ଯ୍ୟରତ ଅନୁରାଧା ୨୦୦୨ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ରାଜା ଭାଲେନ୍ଦ୍ର ସିଂ ନ୍ୟାଶନାଲ ସର୍କିଟ ମିଟ୍‌ରେ ୧୦୦ ମିଟର ହର୍ଡଲ୍ସକୁ ୧୩.୩୮ ସେକେଣ୍ଡରେ ଅତିକ୍ରମ କରି ନିଜ ନାମରେ ଥିବା ଜାତୀୟ ରେକର୍ଡକୁ ଭାଙ୍ଗିଥିଲେ। ପୂର୍ବରୁ ୨୦୦୦ରେ ଜାକର୍ତ୍ତାରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପ୍‌ରେ ସେ ୧୩.୪୦ ସେକେଣ୍ଡ ସମୟ ନେଇ ଜାତୀୟ ରେକର୍ଡର ଅଧିକାରିଣୀ ହୋଇଥିଲେ। ଏହି ପ୍ରତିଯୋଗିତାରେ ସେ ବ୍ରୋଞ୍ଜ ପଦକ ମଧ୍ୟ ହାସଲ କରିଥିଲେ। ୨୦୦୬ରେ ଶ୍ରୀଲଙ୍କର କଲମ୍ବୋଠାରେ ଅନୁଷ୍ଠିତ ସାଉଥ୍‌ ଏସିଆନ ଗେମ୍ସରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଏହା ବ୍ୟତୀତ ସେ ୨୦୦୦ ସିଡ୍‌ନୀ ଅଲିମ୍ପିକ୍ସରେ ଭାରତୀୟ ପ୍ରତିନିଧି ଦଳରେ ସାମିଲ ହୋଇ ରାଜ୍ୟକୁ ଗର୍ବିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri