Posted inଖେଳ

ଅନୁଷ୍କାଙ୍କ ନାଁ ନେବାରୁ ରାଗିଲେ ବିରାଟ

ନୂଆଦିଲ୍ଲୀ,୧।୧୨: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ନାଁରେ ଅନେକ ବଡ ରେକର୍ଡ ରହିଛି। କୋହଲିଙ୍କ ବ୍ୟାଟିଂକୁ ଯେତେ ପ୍ରଶଂସା କରାଯାଏ, ଫ୍ଲପ୍‌ ହେଲେ ସେତିକି ତାଙ୍କୁ ଗାଳି ଶୁଣିବାକୁ ପଡିଥାଏ। ସେ ଖରାପ୍‌ ଫର୍ମ ଦେଇ ଗତି କଲେ ସ୍ତ୍ରୀ ଅନୁଷ୍କା ଶର୍ମା ମଧ୍ୟ ପ୍ରଶଂସକଙ୍କ ରୋଷର ଶିକାର ହୁଅନ୍ତି। ବାରମ୍ବାର ସ୍ତ୍ରୀଙ୍କୁ ଦୋଷ ଦିଆଯାଉଥିବା ରାଗିଯାଇଛନ୍ତି ବିରାଟ। ନିକଟରେ ୨୦୧୯ ବିଶ୍ୱକପବେଳେ ଅନୁଷ୍କା ଶର୍ମାଙ୍କୁ ଟିମ୍‌ ଚୟନକର୍ତ୍ତା ଷ୍ଟାଡିୟମରେ ଚା’ ଦେଉଥିଲେ ବୋଲି ପୂର୍ବତନ କ୍ରିକେଟର ଫାରୁକ ଇଞ୍ଜିନିୟର ଅଭିଯୋଗ ଆଣିଥିଲେ। ଏହି ପ୍ରସଙ୍ଗରେ ବିରାଟ କହିଛନ୍ତି, ଏହି ଖବରରେ କୌଣସି ସତ୍ୟତା ନାହିଁ। ମ୍ୟାଚବେଳେ ଅନୁଷ୍କା ଫ୍ୟାମିଲି ବକ୍ସରେ ବସିଥିଲେ। ତାଙ୍କ ପାଖରେ କୌଣସି ଚିୟନକର୍ତ୍ତା ନ ଥିଲେ। ମୋ ସ୍ତ୍ରୀ ବହୁତ ସଫଳତା ପାଇଛନ୍ତି। ତେଣୁ ତାଙ୍କୁ ନେଇ ଏଭଳି ଅପପ୍ରଚାର କରାଯାଉଛି। ଅନୁଷ୍କା ବିଶ୍ୱକପରେ କେବଳ ଶ୍ରୀଲଙ୍କା ବିପକ୍ଷ ମ୍ୟାଚରେ ଷ୍ଟାଡିୟମକୁ ଆସିଥିଲେ। ଫ୍ୟାମିଲି ବକ୍ସ ଓ ଚୟନକର୍ତ୍ତା ବକ୍ସ ଅଲଗା ଅଲଗା। ଅନୁଷ୍କା ତାଙ୍କର ଦୁଇ ଜଣ ବନ୍ଧୁଙ୍କ ସହ ମ୍ୟାଚ ଦେଖିବାକୁ ଆସିଥିଲେ। ତାଙ୍କ ନାଁରେ ଏଭଳି ଅଭିଯୋଗ ଆଣିବା ନିନ୍ଦନୀୟ ବୋଲି ବିରାଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri