ଅନୁସୂଚିତ ଜନଜାତିଙ୍କ ଜମିରେ ନିର୍ମାଣ ମାମଲା: କାର୍ଯ୍ୟ ବନ୍ଦ ରଖିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨୬ା୧୧- ରାଉରକେଲା ହାମିରପୁର ଅଞ୍ଚଳର ସୁବୋଧ କୁଲୁଙ୍କ ଜମି ଉପରେ ରାଉରକେଲା ମ୍ୟୁନିସିପାଲିଟିର ଚାଲିଥିବା ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଖଣ୍ଡପୀଠ ଉକ୍ତ ମାମଲାରେ ରାଜ୍ୟ ସରକାରଙ୍କ ସହ ସୁନ୍ଦରଗଡ଼ ଜିଲାପାଳ, ସୁନ୍ଦରଗଡ଼ ଏଡିଏମ୍‌, ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ(ସେଲ୍‌)ର ମୁଖ୍ୟ ନିର୍ବାହୀ ଅଧିକାରୀ, ସୁନ୍ଦରଗଡ଼ ସବ୍‌ କଲେକ୍ଟର, ଉଦ୍ଦିତ ନଗର ତହସିଲ୍‌ଦାର, ଅନୁସୂଚିତ ଜନଜାତି ଜାତୀୟ ଆୟୁଙ୍କ ଅଧ୍ୟକ୍ଷଙ୍କୁ ମଧ୍ୟ ନୋଟିସ୍‌ ଜାରି କରିଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ, ହାମିରପୁର ଅଞ୍ଚଳରେ ସୁବୋଧଙ୍କ ଘର ଜମି ରହିଛି। ୧୯୫୬ରେ ସରକାର ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟ ପାଇଁ ଏହି ଜମିକୁ ଅଧିଗ୍ରହଣ କରିଥିଲେ। ତେବେ ସୁବୋଧ ଏହି ଜମିରେ ବାସ କରି ଆସୁଥିବାବେଳେ ଆଜିପର୍ଯ୍ୟନ୍ତ ଷ୍ଟିଲ୍‌ପ୍ଲାଣ୍ଟ ଏହି ଜମିକୁ ବ୍ୟବହାର କରି ନ ଥିଲା। ଜମି ଅଧିଗ୍ରହଣ ନିୟମ ୨୦୧୩ ଅନୁଯାୟୀ, ଯଦି କୌଣସି ଅଧିଗୃହୀତ ଜମି ୫ବର୍ଷ ପର୍ଯ୍ୟନ୍ତ ବ୍ୟବହୃତ ନ ହୁଏ ତେବେ ତାହା ସମ୍ପୃକ୍ତ ଜମି ମାଲିକଙ୍କ ଖାତାକୁ ଫେରିଯିବ। ତେବେ ଦୀର୍ଘ ୬୩ ବର୍ଷ ହେବ ଅବ୍ୟବହୃତ ହୋଇ ରହିଥିବା ଉକ୍ତ ଜମିକୁ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ କର୍ତ୍ତୃପକ୍ଷ ରାଉରକେଲା ମ୍ୟୁନିସିପାଲିଟିକୁ ଏକ ହେଲ୍‌ଥ ସେଣ୍ଟର ନିର୍ମାଣ କରିବା ପାଇଁ ଦେଇ ଦେଇଥିଲେ। ଏହି ଜମି ମଧ୍ୟ ରାଉରକେଲା ମ୍ୟୁନିସପାଲିଟି ଅଧୀନ ନ ଥିବାବେଳେ ନିକଟରେ ମ୍ୟୁନିସିପାଲିଟି ପକ୍ଷରୁ ଏଠାରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି କାର୍ଯ୍ୟକୁ ବେଆଇନ ଦର୍ଶାଇ ସୁବୋଧ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ସହ ଡବ୍ଲ୍ୟୁପି(ସି) ୨୨୫୪୨ରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ଆବଦେନକାରୀଙ୍କ ପକ୍ଷରୁ ଆଇନଜୀବୀ ଘନଶ୍ୟାମ ନାମତୋଆର ଏହି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri