ଅନୁସୂଚିତ ଜାତି ବିକାଶ ପରିଷଦ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ

କଲମପୁର,୧୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନୁସୂଚିତ ଜାତି ବିକାଶ ପରିଷଦ ତରଫରୁ କଲମପୁର ମଣ୍ଡିଠାରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁସୂଚିତ ଜାତି ବିକାଶ ପରିଷଦ ସଭାପତି କୃଷ୍ଣଚନ୍ଦ୍ର ନିଆଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଦେପୁର ସରପଞ୍ଚ ଭୁକୁଲୁ ବାଗ, ମୁଖ୍ୟବକ୍ତା ଭାବେ ପ୍ରଧାନଶିକ୍ଷକ ଶତ୍ରୁଘନ ବାଗ, ସମ୍ମାନିତ ଅତିଥି ଧର୍ମଗଡ ଉପକଣ୍ଡ ଡମ୍ବ ସମାଜ ସଭାପତି ତଥା ଅଧ୍ୟକ୍ଷ ଗୋବର୍ଦ୍ଧନ ବାଗ, ଦେପୁର ସମିତି ସଭ୍ୟ ଗଜିନ୍ଦ୍ର ବିହାର, କୋଷାଧ୍ୟକ୍ଷ ଟଙ୍କଧର ନାଏକ, ରାଏଦାସ ଧଙ୍ଗଡା ମାଝି, ଡମ୍ବରୁଧର ପାଣିଗ୍ରାହୀ ପ୍ରମୁଖ ମଞ୍ଚାସୀନ ଥିଲେ । କାର୍ଯ୍ୟକ୍ରମରେ ଅତିଥିମାନେ ଆମ ସମାଜ ହିଁ ଆମର ମୁକ୍ତିଦାତା, ତ୍ରାଣ କର୍ତ୍ତା ଓ ସୁଖ ଦୁଃଖର ସାଥି ଏବଂ ନୂଆଁଖାଇ ଗୋଟାଏ ଭାଇ ଚାରାର ପର୍ବ । ସମସ୍ତ ବାଦ ବିବାଦକୁ ଭୁଲି ଏକତ୍ରିତ ହେବାର ମହାନ ଗଣପର୍ବ ହେଉଛି ନୂଆଁଖାଇ ବୋଲି କହିଥିଲେ। ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଅଞ୍ଚଳର ବହୁ ଲୋକ ଉପସ୍ଥିତ ହୋଇ ପ୍ରଥମେ ନଗର ପରିକ୍ରମା ଏବଂ ବାବା ସାହେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଜୟ ସୁନାନୀ, ଲୋକନାଥ ନାଗ, ଗଣେଷ ବାଗ, ଚକ୍ରଧର ନାଏକ, ବସନ୍ତ ନିଆଁଲ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ସେନାପତି ନାଏବ ମଞ୍ଚ ପରିଚାଳନା କରିଥିବା ବେଳେ ଅନୁସୂଚିତ ଜାତି ବିକାଶ ପରିଷଦ ସମ୍ପାଦକ ବଳରାମ ଛତ୍ରିଆ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri