ଅନେକ କେନ୍ଦ୍ରରେ ଝୁଲୁଥିଲା ତାଲା

ଯାଜପୁର ଟାଉନ,୨୭ା୨(ଡିଏନଏ): ଭାରପ୍ରାପ୍ତ ଜିଲାପାଳ ତଥା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକଙ୍କ ଅଚାନକ ଗସ୍ତ ସମୟରେ ଜିଲା ସଦର ମହକୁମା ନିକଟସ୍ଥ ଅକରପଡାରେ ଥିବା ରାମକୃଷ୍ଣ ପ୍ରାଣୀ ଚିକିତ୍ସା ସହାୟତା କେନ୍ଦ୍ର ପୂର୍ବାହ୍ନ ୯.୫୦ ପର୍ଯ୍ୟନ୍ତ ଖୋଲି ନ ଥିଲା। ଏହି ପ୍ରାଣୀ ଚିକିତ୍ସାଳୟରେ ବହୁ ସମୟରେ ତାଲା ଝୁଲି ରହୁଥିବାବେଳେ କର୍ମଚାରୀମାନେ ଏଠାକୁ ଆସୁନାହାନ୍ତି ବୋଲି ସ୍ଥାନୀୟ ଲୋକେ କହିଥିଲେ। ଏହାପରେ ଭାରପ୍ରାପ୍ତ ଜିଲାପାଳ ଅକରପଡା ପଞ୍ଚାୟତ ଭେଲଙ୍ଗସ୍ଥିତ କୁଞ୍ଜବିହାରୀ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟରେ ଯାଇ ପହଞ୍ଚିଥିଲେ। ପୂର୍ବାହ୍ନ ୧୦ଟା ୩୦ରେ ଏହି ଚିକିତ୍ସା କେନ୍ଦ୍ରଟିରେ ମଧ୍ୟ ତାଲା ପଡିଥିବା ଦେଖାଯାଇଥିଲା। ଦାୟିତ୍ୱରେ ଥିବା ଚିକିତ୍ସକ ଓ କର୍ମଚାରୀ ସେମାନଙ୍କ ଇଚ୍ଛା ଅନୁସାରେ ଏଠାକୁ ଆସୁଥିବା ନେଇ ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିବାବେଳେ ନିଜେ ବରିଷ୍ଠ ପ୍ରଶାସକ ନାୟକ ବୁଧବାର ଜନସାଧାରଣଙ୍କ ଅଭିଯୋଗର ସତ୍ୟାସତ୍ୟ ଥିବା ଦେଖିବାକୁ ପାଇଥିଲେ। ନାୟକ ଏହାପରେ ସ୍ଥାନୀୟ ଶହୀଦ ସତ୍ୟାନନ୍ଦ ହୋମିଓପାଥିକ ଚିକିତ୍ସା କେନ୍ଦ୍ର ଓ ବିରଜାପୁର ପଞ୍ଚାୟତର ୩ନଂ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କରିଥିଲେ। ଅଙ୍ଗନୱାଡି କେନ୍ଦ୍ରରେ ପିଲାମାନେ ୟୁନିଫର୍ମ ପିନ୍ଧି ନ ଥିବା ଦେଖାଯିବା ସହିତ ଉପସ୍ଥାନ ଖାତାରେ ରହିଥିବା ପିଲାଙ୍କ ନାମ ତୁଳନାରେ ବହୁ କମ ପିଲା ସେଠାରେ ବସିଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri