ଧରାକୋଟ,୪ା୧୦(ଡି.ଏନ.ଏ.)- ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଞ୍ଚଳରେ ଅନୈତିକ ସମ୍ପର୍କକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଗମ୍ଭାରୀଗୁଡ଼ା ଗ୍ରାମର ମୁନା ନାଇକ। ମୁନାଙ୍କୁ ମଙ୍ଗଳବାର ରାତିରେ ହତ୍ୟା କରାଯାଇ ପୋଖରୀରେ ଫିଙ୍ଗି ଦିଆଯାଇଥିଲା। ମୃତଦେହଟି ଫୁଲିଯାଇ ଭାସୁଥିବା ଗୁରୁବାର ସକାଳେ ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରିବା ଘଟଣାର ତଦନ୍ତ କରି ଅଭିଯୁକ୍ତ ମା’, ପୁଅଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୨ ଜଣଙ୍କୁ ଅଟକ ରଖିଛି। ଏ ନେଇ ବଡ଼ଗଡ଼ ଥାନାରେ ଏକ ମାମଲା (ନଂ.୨୧୦/୧୯) ରୁଜୁ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ଗାଡ଼ି ହେଲ୍ପର ଭାବେ କାମ କରୁଥିବା ମୁନା ବଡ଼ଗଡ଼ ଥାନା ଅଞ୍ଚଳର ଜଣେ ମହିଳାଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ। ମହିଳାଙ୍କ ସ୍ବାମୀ ଏହା ଜାଣିବା ପରେ ମର୍ମାହତ ହୋଇ କିଛିଦିନ ତଳେ ଆତ୍ମହତ୍ୟା କରିଥିଲେ। ବଡ଼ ଦୁଇ ପୁଅ ବାହାରେ ରହୁଥିବା ବେଳେ ମା’ଙ୍କ ପାଖରେ ସାନପୁଅ ରହୁଥିଲେ। ରାଜ୍ୟ ବାହାରେ କାମ କରୁଥିବା ବଡ଼ପୁଅ ଗାଁକୁ ଆସିବା ପରେ ମା’ଙ୍କ ସହ ମୁନାଙ୍କ ମିଳାମିଶା ଓ ସେ ଘରକୁ ଯିବାଆସିବା ଘଟଣାକୁ ଗ୍ରହଣ କରିପାରୁ ନ ଥିଲେ। ଏଭଳି ସ୍ଥିତିରେ ମଙ୍ଗଳବାର ରାତିରେ ମୁନା ଘରକୁ ଆସିବାରୁ ମହିଳା ଜଣଙ୍କ ତାଙ୍କୁ ବିରୋଧ କରିଥିଲେ । ମା’ଙ୍କ ପାଟି ଶୁଣି ବଡ଼ ପୁଅ ପହଞ୍ଚି ମୁନାଙ୍କ ସହ ଯୁକ୍ତିତର୍କ କରିଥିଲେ। ପରେ ମା’ ଓ ପୁଅ ମିଶି ଘରେ ଥିବା ଫୁଙ୍କନଳାରେ ମୁନାଙ୍କ ମୁହଁ, ମୁଣ୍ଡ, ଛାତିକୁ ପିଟିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ମା’ ପୁଅ ମିଶି ମୃତଦେହକୁ ନେଇ ନିକଟସ୍ଥ ପୋଖରୀରେ ଫିଙ୍ଗି ଦେଇଥିଲେ। ଗୁରୁବାର ମୃତଦେହ ଭାସୁଥିବା ଖବରପାଇ ଆସିକା ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ, ବଡ଼ଗଡ଼ ଥାନା ଅଧିକାରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ଧରାକୋଟ ଥାନାଧିକାରୀ ସନ୍ତୋଷ କୁମାର ବେହେରା ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ଘଟଣାର ସରଜମିନ ତଦନ୍ତ ପରେ ମୁନାଙ୍କ ହତ୍ୟା ଘଟଣାରେ ସମ୍ପୃକ୍ତ ମହିଳା ଓ ତାଙ୍କ ପୁଅ ସମ୍ପୃକ୍ତ ଥିବା ଜଣାପଡିଛି ବୋଲି ଏସଡିପିଓ ପ୍ରଧାନ କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ନାତୁଣୀଙ୍କୁ ଦୁର୍ବବ୍ୟହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନ୍ୟାସୀ ଗୌଡ଼(୬୫)ଙ୍କୁ ଗୁରୁବାର ସକାଳ...
ଗଞ୍ଜାମ ଜିଲା ଭାଜପା ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...
ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…
ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...
ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ
ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...
ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ
ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...
୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…
କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...
ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ
ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...
ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ
ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...
Archives


