ଧରାକୋଟ,୪ା୧୦(ଡି.ଏନ.ଏ.)- ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଞ୍ଚଳରେ ଅନୈତିକ ସମ୍ପର୍କକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଗମ୍ଭାରୀଗୁଡ଼ା ଗ୍ରାମର ମୁନା ନାଇକ। ମୁନାଙ୍କୁ ମଙ୍ଗଳବାର ରାତିରେ ହତ୍ୟା କରାଯାଇ ପୋଖରୀରେ ଫିଙ୍ଗି ଦିଆଯାଇଥିଲା। ମୃତଦେହଟି ଫୁଲିଯାଇ ଭାସୁଥିବା ଗୁରୁବାର ସକାଳେ ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରିବା ଘଟଣାର ତଦନ୍ତ କରି ଅଭିଯୁକ୍ତ ମା’, ପୁଅଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୨ ଜଣଙ୍କୁ ଅଟକ ରଖିଛି। ଏ ନେଇ ବଡ଼ଗଡ଼ ଥାନାରେ ଏକ ମାମଲା (ନଂ.୨୧୦/୧୯) ରୁଜୁ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ଗାଡ଼ି ହେଲ୍ପର ଭାବେ କାମ କରୁଥିବା ମୁନା ବଡ଼ଗଡ଼ ଥାନା ଅଞ୍ଚଳର ଜଣେ ମହିଳାଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ। ମହିଳାଙ୍କ ସ୍ବାମୀ ଏହା ଜାଣିବା ପରେ ମର୍ମାହତ ହୋଇ କିଛିଦିନ ତଳେ ଆତ୍ମହତ୍ୟା କରିଥିଲେ। ବଡ଼ ଦୁଇ ପୁଅ ବାହାରେ ରହୁଥିବା ବେଳେ ମା’ଙ୍କ ପାଖରେ ସାନପୁଅ ରହୁଥିଲେ। ରାଜ୍ୟ ବାହାରେ କାମ କରୁଥିବା ବଡ଼ପୁଅ ଗାଁକୁ ଆସିବା ପରେ ମା’ଙ୍କ ସହ ମୁନାଙ୍କ ମିଳାମିଶା ଓ ସେ ଘରକୁ ଯିବାଆସିବା ଘଟଣାକୁ ଗ୍ରହଣ କରିପାରୁ ନ ଥିଲେ। ଏଭଳି ସ୍ଥିତିରେ ମଙ୍ଗଳବାର ରାତିରେ ମୁନା ଘରକୁ ଆସିବାରୁ ମହିଳା ଜଣଙ୍କ ତାଙ୍କୁ ବିରୋଧ କରିଥିଲେ । ମା’ଙ୍କ ପାଟି ଶୁଣି ବଡ଼ ପୁଅ ପହଞ୍ଚି ମୁନାଙ୍କ ସହ ଯୁକ୍ତିତର୍କ କରିଥିଲେ। ପରେ ମା’ ଓ ପୁଅ ମିଶି ଘରେ ଥିବା ଫୁଙ୍କନଳାରେ ମୁନାଙ୍କ ମୁହଁ, ମୁଣ୍ଡ, ଛାତିକୁ ପିଟିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ମା’ ପୁଅ ମିଶି ମୃତଦେହକୁ ନେଇ ନିକଟସ୍ଥ ପୋଖରୀରେ ଫିଙ୍ଗି ଦେଇଥିଲେ। ଗୁରୁବାର ମୃତଦେହ ଭାସୁଥିବା ଖବରପାଇ ଆସିକା ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ, ବଡ଼ଗଡ଼ ଥାନା ଅଧିକାରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ଧରାକୋଟ ଥାନାଧିକାରୀ ସନ୍ତୋଷ କୁମାର ବେହେରା ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ଘଟଣାର ସରଜମିନ ତଦନ୍ତ ପରେ ମୁନାଙ୍କ ହତ୍ୟା ଘଟଣାରେ ସମ୍ପୃକ୍ତ ମହିଳା ଓ ତାଙ୍କ ପୁଅ ସମ୍ପୃକ୍ତ ଥିବା ଜଣାପଡିଛି ବୋଲି ଏସଡିପିଓ ପ୍ରଧାନ କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ
ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…
ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ
ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…
ବେଲଗୁଣ୍ଠା ଏନ୍ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…
ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…
କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ
ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…
ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ
ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…
ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ
ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…
ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…
୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

