ଦିଗପହଣ୍ଡି,୫ା୨(ଡି.ଏନ.ଏ.) -ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗଁାର ଜଣେ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଓ ଭିଡ଼ିଓ ଭାଇରାଲ ପରେ ତାଙ୍କ ବାହାଘର ଭାଙ୍ଗିଯାଇଛି। ଅଭିଯୋଗ ପରେ ଘଟଣାରେ ସମ୍ପୃକ୍ତ ତାଙ୍କ ସହପାଠୀ ତଥା ପ୍ରେମିକ ରତ୍ନାକର ଗୌଡଙ୍କୁ ପୋଲିସ ଅଟକ ରଖିଛି।
ପ୍ରକାଶ ଯେ, ବ୍ରହ୍ମପୁରର ଜଣେ ଯୁବ ବ୍ୟବସାୟୀଙ୍କ ସହ ସମ୍ପୃକ୍ତ ଯୁବତୀଙ୍କ ନିର୍ବନ୍ଧ ସରିଥିଲା। ଭିଡିଓ ଭାଇରାଲ ହେବା ପରେ ପୁଅ ଘର ଲୋକେ ବାହାଘର ପ୍ରସ୍ତାବ ଭାଙ୍ଗି ଦେଇଛନ୍ତି। ଏନେଇ ଯୁବତୀ ଜଣକ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଯୁବତୀଙ୍କ ଏତଲାକୁ ଭିତ୍ତିକରି ଆଇଆଇସି ବସନ୍ତ କୁମାର ସେଠୀ ନଂ.୨୭/୨୦ରେ ମାମଲା ରୁଜୁ କରିଛନ୍ତି। ଯୁବତୀଙ୍କ କଲେଜ ସହପାଠୀ ରତ୍ନାକରଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା ଚଳାଇଛି। ଯୁବତୀ ଜଣକ ଗୋଟିଏ କଲେଜରେ ଯୁକ୍ତ ୩ ବିଜ୍ଞାନ ପଢୁଥିବାବେଳେ କଳା ବିଭାଗରେ ପଢୁଥିବା ରତ୍ନାକରଙ୍କ ସହ ସମ୍ପର୍କ ଗଢି ଉଠିଥିଲା। ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଓ ଫଟୋ ଭାଇରାଲ କରିଦେବାର ଧମକ ଦେଇ ବିଭିନ୍ନ ସମୟରେ ସେ ବଳାତ୍କାର କରିଥିବା ଯୁବତୀ ଜଣକ ଏତଲାରେ ଉଲ୍ଲେଖ କରିଛନ୍ତି। ସେପ୍ଟେମ୍ବର ୧୯ରେ ଯୁବତୀଙ୍କ ନିର୍ବନ୍ଧ ହୋଇଥିଲା। ଜାନୁୟାରୀ ୩୦ରେ ବାହାଘର ତିଥି ଧାର୍ଯ୍ୟ ହୋଇଥିଲା। ଖବର ପାଇ ରତ୍ନାକର ଯୁବତୀଙ୍କ ବାହାଘର ଠିକ୍ ହୋଇଥିବା ଯୁବକଙ୍କ ଭାଇ ଓ ଭାଉଜଙ୍କ ମୋବାଇଲ ନମ୍ବର ସଂଗ୍ରହ କରି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଓ ଭିଡ଼ିଓ ପଠାଇଥିଲେ। ଏସବୁ ଜଣାପଡିବା ପରେ ପୁଅଘର ଲୋକେ ବିବାହ ଭାଙ୍ଗିଦେବା ସହ ନ୍ୟାୟ ପାଇଁ କୁଳସଭାର ଦ୍ୱାରସ୍ଥ ହୋଇଥିଲେ। କୁଳସଭାର ନିଷ୍ପତ୍ତିକୁ ଯୁବତୀ ଓ ତାଙ୍କ ପରିବାର ଲୋକେ ଗ୍ରହଣ କରି ନ ଥିଲେ। ଓଲଟି ଯୁବତୀ ଜଣକ ବିବାହ ସ୍ଥିର ହୋଇଥିବା ପୁଅ ଓ ତାଙ୍କ ପରିବାର ଲୋକେ ତାଙ୍କୁ ବଦନାମ କରିବାକୁ ରତ୍ନାକରଙ୍କ ସହାୟତାରେ ଭିଡିଓ ଭାଇରାଲ କରିବା ସହ ଜବରଦସ୍ତ ୫ ଲକ୍ଷ ଟଙ୍କା ପାଇଁ ଧମକ ଦେଉଥିବା ଏତଲାରେ ଉଲ୍ଲେଖ କରିଥିବା ତଦନ୍ତକାରୀ ପୋଲିସ ଅଧିକାରୀ ଆଇଆଇସି କହିଛନ୍ତି। ବ୍ରହ୍ମପୁର ମେଡ଼ିକାଲରେ ଯୁବତୀଙ୍କ ଡାକ୍ତରୀ ମାଇନା ପରେ ମଙ୍ଗଳବାର ସନ୍ଧ୍ୟାରେ ୧୬୪ ଧାରାରେ ବୟାନ ରେକର୍ଡ କରାଯାଇଛି। ବ୍ରହ୍ମପୁର ସାଇବର ଥାନାର ଅଧିକାରୀମାନେ ଦିଗପହଣ୍ଡି ଥାନାରେ ପହଞ୍ଚତ୍ ଉଭୟ ପକ୍ଷଙ୍କ ମୋବାଇଲ ଫୋନ ଜବତ କରି ଭାଇରାଲ ଭିଡ଼ିଓର ମୂଳ ଉତ୍ସ ଓ ସତ୍ୟତା ସମ୍ପର୍କରେ ତଦନ୍ତ ଚଳାଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ
ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
Archives

