ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ, ଭିଡିଓ ଭାଇରାଲ

ଦିଗପହଣ୍ଡି,୫ା୨(ଡି.ଏନ.ଏ.) -ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗଁାର ଜଣେ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଓ ଭିଡ଼ିଓ ଭାଇରାଲ ପରେ ତାଙ୍କ ବାହାଘର ଭାଙ୍ଗିଯାଇଛି। ଅଭିଯୋଗ ପରେ ଘଟଣାରେ ସମ୍ପୃକ୍ତ ତାଙ୍କ ସହପାଠୀ ତଥା ପ୍ରେମିକ ରତ୍ନାକର ଗୌଡଙ୍କୁ ପୋଲିସ ଅଟକ ରଖିଛି।
ପ୍ରକାଶ ଯେ, ବ୍ରହ୍ମପୁରର ଜଣେ ଯୁବ ବ୍ୟବସାୟୀଙ୍କ ସହ ସମ୍ପୃକ୍ତ ଯୁବତୀଙ୍କ ନିର୍ବନ୍ଧ ସରିଥିଲା। ଭିଡିଓ ଭାଇରାଲ ହେବା ପରେ ପୁଅ ଘର ଲୋକେ ବାହାଘର ପ୍ରସ୍ତାବ ଭାଙ୍ଗି ଦେଇଛନ୍ତି। ଏନେଇ ଯୁବତୀ ଜଣକ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଯୁବତୀଙ୍କ ଏତଲାକୁ ଭିତ୍ତିକରି ଆଇଆଇସି ବସନ୍ତ କୁମାର ସେଠୀ ନଂ.୨୭/୨୦ରେ ମାମଲା ରୁଜୁ କରିଛନ୍ତି। ଯୁବତୀଙ୍କ କଲେଜ ସହପାଠୀ ରତ୍ନାକରଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା ଚଳାଇଛି। ଯୁବତୀ ଜଣକ ଗୋଟିଏ କଲେଜରେ ଯୁକ୍ତ ୩ ବିଜ୍ଞାନ ପଢୁଥିବାବେଳେ କଳା ବିଭାଗରେ ପଢୁଥିବା ରତ୍ନାକରଙ୍କ ସହ ସମ୍ପର୍କ ଗଢି ଉଠିଥିଲା। ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଓ ଫଟୋ ଭାଇରାଲ କରିଦେବାର ଧମକ ଦେଇ ବିଭିନ୍ନ ସମୟରେ ସେ ବଳାତ୍କାର କରିଥିବା ଯୁବତୀ ଜଣକ ଏତଲାରେ ଉଲ୍ଲେଖ କରିଛନ୍ତି। ସେପ୍ଟେମ୍ବର ୧୯ରେ ଯୁବତୀଙ୍କ ନିର୍ବନ୍ଧ ହୋଇଥିଲା। ଜାନୁୟାରୀ ୩୦ରେ ବାହାଘର ତିଥି ଧାର୍ଯ୍ୟ ହୋଇଥିଲା। ଖବର ପାଇ ରତ୍ନାକର ଯୁବତୀଙ୍କ ବାହାଘର ଠିକ୍‌ ହୋଇଥିବା ଯୁବକଙ୍କ ଭାଇ ଓ ଭାଉଜଙ୍କ ମୋବାଇଲ ନମ୍ବର ସଂଗ୍ରହ କରି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଓ ଭିଡ଼ିଓ ପଠାଇଥିଲେ। ଏସବୁ ଜଣାପଡିବା ପରେ ପୁଅଘର ଲୋକେ ବିବାହ ଭାଙ୍ଗିଦେବା ସହ ନ୍ୟାୟ ପାଇଁ କୁଳସଭାର ଦ୍ୱାରସ୍ଥ ହୋଇଥିଲେ। କୁଳସଭାର ନିଷ୍ପତ୍ତିକୁ ଯୁବତୀ ଓ ତାଙ୍କ ପରିବାର ଲୋକେ ଗ୍ରହଣ କରି ନ ଥିଲେ। ଓଲଟି ଯୁବତୀ ଜଣକ ବିବାହ ସ୍ଥିର ହୋଇଥିବା ପୁଅ ଓ ତାଙ୍କ ପରିବାର ଲୋକେ ତାଙ୍କୁ ବଦନାମ କରିବାକୁ ରତ୍ନାକରଙ୍କ ସହାୟତାରେ ଭିଡିଓ ଭାଇରାଲ କରିବା ସହ ଜବରଦସ୍ତ ୫ ଲକ୍ଷ ଟଙ୍କା ପାଇଁ ଧମକ ଦେଉଥିବା ଏତଲାରେ ଉଲ୍ଲେଖ କରିଥିବା ତଦନ୍ତକାରୀ ପୋଲିସ ଅଧିକାରୀ ଆଇଆଇସି କହିଛନ୍ତି। ବ୍ରହ୍ମପୁର ମେଡ଼ିକାଲରେ ଯୁବତୀଙ୍କ ଡାକ୍ତରୀ ମାଇନା ପରେ ମଙ୍ଗଳବାର ସନ୍ଧ୍ୟାରେ ୧୬୪ ଧାରାରେ ବୟାନ ରେକର୍ଡ କରାଯାଇଛି। ବ୍ରହ୍ମପୁର ସାଇବର ଥାନାର ଅଧିକାରୀମାନେ ଦିଗପହଣ୍ଡି ଥାନାରେ ପହଞ୍ଚତ୍ ଉଭୟ ପକ୍ଷଙ୍କ ମୋବାଇଲ ଫୋନ ଜବତ କରି ଭାଇରାଲ ଭିଡ଼ିଓର ମୂଳ ଉତ୍ସ ଓ ସତ୍ୟତା ସମ୍ପର୍କରେ ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?