ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ ହିନ୍ଦୀ ଚଳଚ୍ଚିତ୍ରରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ମଧ୍ୟରେ ନିହାରିକା ନିଜ କ୍ୟାରିୟରକୁ ନେଇ ବଡ଼ ଖୁଲସା କରିଛନ୍ତି। ଏହାପୂର୍ବରୁ ତାଙ୍କୁ ଅନେକ ଫିଲ୍ମର ଅଫର୍‌ ଆସିଥିଲା କିନ୍ତୁ ସେ ଇଣ୍ଟିମେଟ୍‌ ସିନ୍‌(ଅନ୍ତରଙ୍ଗ ଦୃଶ୍ୟ)ଯୋଗୁ କରିବାକୁ ମନା କରିଦେଇଥିଲେ। କାରଣ ସେ ବୋଲ୍ଡ ଦୃଶ୍ୟ କରିବା ପାଇଁ ଆରାମଦାୟକ ନୁହନ୍ତି।

ନିହାରିକା ଏନଏମ ତାମିଲ ଚଳଚ୍ଚିତ୍ର ‘ପେରୁସ’ ସହିତ ତାଙ୍କର ଅଭିନୟ ଯାତ୍ରା ଆରମ୍ଭ କରିଥିଲେ। ପରବର୍ତ୍ତୀ ସମୟରେ ସେ ‘ମିତ୍ରା ମଣ୍ଡଳୀ’ ଏବଂ ‘ଇଧାୟମ ମୁରଲୀ’ ଭଳି ପ୍ରୋଜେକ୍ଟରେ କାମ କରିଥିଲେ। ବର୍ତ୍ତମାନ ସେ ତାଙ୍କର ବଲିଉଡ ଡେବ୍ୟୁ ପାଇଁ ପ୍ରସ୍ତୁତ ହେଉଛନ୍ତି।

ନିଜ ବଲିଉଡ ଯାତ୍ରାକୁ ନେଇ ନିହାରିକା କହିଛନ୍ତି, ଜଣେ ନବାଗତଙ୍କ ଭାବେ ମୋର ଏହି ଯାତ୍ରା ଚ୍ୟାଲେଞ୍ଜିଂ ଥିଲା। ଇଣ୍ଟିମେଟ୍‌ ସିନ୍‌ ପାଇଁ ମୁଁ ଅନେକ ଫିଲ୍ମ ପ୍ରତ୍ୟାଖ୍ୟାନ କରିଥିଲି। ମୁଁ ତିନି ବର୍ଷ ପାଇଁ ଏକ ପ୍ରଡକ୍ସନ ହାଉସରେ ତାଲିମ ନେଇଥିଲି। ମୁଁ ଜାଣି ନ ଥିଲି ଏହି ଯାତ୍ରା ଏତେ ଲମ୍ବା ହେବ। କିନ୍ତୁ ପଛକୁ ଫେରି ଚାହିଁଲେ, ଏହା ସବୁ ଏବେ ମଜାଦାର ମନେହୁଏ।

ନିହାରିକାଙ୍କ ଆଗାମୀ ଫିଲ୍ମ ‘ଭାଇ ତେରା ଷ୍ଟାର ହୈ’ ଜୁଲାଇ ୩୦ରେ ସିନେମା ଘରେ ମୁକ୍ତିଲାଭ କରୁଛି। ବିବେକ ବି. ଅଗ୍ରୱାଲଙ୍କ ନିର୍ଦ୍ଦେଶିତ ଏହି କମେଡି-ଡ୍ରାମାରେ ସଞ୍ଜୟ କପୁର ଏବଂ ନିକ୍କି ୱାଲିଆ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…

ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି…

ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ…

ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍‌, ଅବସ୍ଥା ଗୁରୁତର ହେବାରୁ…

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍‌…

ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ, କୁମିଆ ପାଲିରେ ଆରମ୍ଭ ହେଲା ସର୍ଭେ

ବଲାଙ୍ଗୀର,୨୮।୭ ( ସୁନିଲ କୁମାର ମହାନ୍ତି) : ଲଗାଣ ବର୍ଷା ଯୋଗୁ ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା ବଲାଙ୍ଗୀର ଜିଲା କୁମିଆପାଲି ଗାଁରେ ରବିବାର ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri