ଅନ୍ତରୀଣ ବଜେଟ ଆବଣ୍ଟନ ରହିପାରେ ଜାରି

ନୂଆଦିଲ୍ଲୀ,୬-୬: ଚଳିତ ବର୍ଷ ଫେବୃୟାରୀ ପହିଲାରେ ଉପସ୍ଥାପିତ ଅନ୍ତରୀଣ ବଜେଟରେ ଦିଆଯାଇଥିବା ଆବଣ୍ଟନକୁ ଚଳିତ ଆର୍ଥିକ ବର୍ଷ ଲାଗି ଜାରି ରଖିବାକୁ ଅର୍ଥ ମନ୍ତ୍ରଣାଳୟ ସଙ୍କେତ ଦେଇଛି। ନୂଆ ସରକାର କ୍ଷମତାକୁ ଆସିବା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଜୁଲାଇ ୫ରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ କରିବାକୁ ଯାଉଛନ୍ତି। ଏକ ସର୍କୁଲାର ଜାରି କରି ଅର୍ଥ ମନ୍ତ୍ରଣାଳୟ କହିଛି ଯେ, ଅନ୍ତରୀଣ ବଜେଟରେ ଆବଣ୍ଟିତ ହୋଇ ନ ଥିବା କ୍ଷେତ୍ରଗୁଡ଼ିକ ଲାଗି ପୂର୍ଣ୍ଣାଙ୍ଗ ବଜେଟରେ ଅତିରିକ୍ତ ବ୍ୟବସ୍ଥା କରାଯିବ। ଅନ୍ତରୀଣ ବଜେଟ ୨୦୧୯-୨୦ରେ ହୋଇଥିବା ଆବଣ୍ଟନରେ କୌଣସି ପରିବର୍ତ୍ତନ କରାଯିବ ନାହିଁ। ସୂଚନାଥାଉ କି, ସୀମାରାମନ୍‌ଙ୍କ ବଜେଟ ଟିମ୍‌ରେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ସିଂ ଠାକୁର ଏବଂ ମୁଖ୍ୟ ଆର୍ଥିକ ପରାମର୍ଶଦାତା କ୍ରିଷ୍ଣମୂର୍ତ୍ତି ସୁବ୍ରମଣ୍ୟମ ସାମିଲ ହୋଇଛନ୍ତି। ସୀତାରାମନ୍‌ଙ୍କ ସମ୍ମୁଖରେ ଧୀମା ପଡିଥିବା ଅର୍ଥନୀତି, ଏନ୍‌ପିଏ ବୃଦ୍ଧି, ଅଣବ୍ୟାଙ୍କିଙ୍ଗ ଆର୍ଥିକ ସଂସ୍ଥାଗୁଡ଼ିକ ସମ୍ମୁଖୀନ ହେଉଥିବା ନଗଦ ସଙ୍କଟ, ନିଯୁକ୍ତି ସୃଷ୍ଟି, ଘରୋଇ ନିବେଶ ବୃଦ୍ଧି, ରପ୍ତାନିରେ ସୁଧାର, କୃଷି ସଙ୍କଟ ତଥା ରାଜସ୍ବ ନିଅଣ୍ଟ ଭଳି ଆହ୍ବାନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…

ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ

ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ…

ପାର୍ବଣ ପୂର୍ବରୁ ବଡ଼ ଖବର: ଶସ୍ତା ହେବ ଖାଇବା ତେଲ! ଆମଦାନୀ ଶୁଳ୍କ କମାଇବାକୁ ସରକାରଙ୍କ…

ନୂଆଦିଲ୍ଲୀ,୧୭।୯: ଦେଶରେ ବୃଦ୍ଧି ପାଉଥିବା ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ମଧ୍ୟରେ ସାଧାରଣ ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଆଗାମୀ ପାର୍ବଣ ଋତୁ…

ପେଟ୍ରୋଲ ଭରାଇବା ପରେ UPIରେ ଦେଇପାରିବେନି ଟଙ୍କା! କାହିଁକି ବିରୋଧ କରୁଛନ୍ତି ପେଟ୍ରୋଲ ପମ୍ପ ଡିଲର, ଜାଣନ୍ତୁ…

ନୂଆଦିଲ୍ଲୀ,୧୭।୯: ପେଟ୍ରୋଲ କିମ୍ବା ଡିଜେଲ ଭରାଇବା ପରେ UPI ମାଧ୍ୟମରେ ପେମେଣ୍ଟ କରୁଥିବା ଗ୍ରାହକଙ୍କ ପାଇଁ ଏକ ନୂଆ ନିୟମକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୨,୦୦୦…

UPI AutoPay ମାଧ୍ୟମରେ SIP ଏବଂ Insurance ଭରୁଛନ୍ତି କି? ଜାଣନ୍ତୁ ୧୫ ଅକ୍ଟୋବରରୁ କ’ଣ ବଦଳିବ…

ନୂଆଦିଲ୍ଲୀ,୧୭।୯: ଯଦି ଆପଣ ପ୍ରତିମାସରେ Mutual Fund SIP, ଇନ୍ସୁରାନ୍ସ ପ୍ରିମିୟମ୍, OTT ସବସ୍କ୍ରିପସନ୍ କିମ୍ବା ବିଜୁଳି-ମୋବାଇଲ୍ ବିଲ୍ ପରିଶୋଧ ପାଇଁ UPI AutoPay ବ୍ୟବହାର କରୁଛନ୍ତି,…

ବଡ଼ ଘୋଷଣା କଲେ କେନ୍ଦ୍ର ସରକାର: ଡିଜେଲ ଉପରେ ୫ ଟଙ୍କା କମିଲା, ପେଟ୍ରୋଲରେ କେତେ? ଜାଣନ୍ତୁ ନୂଆ ହାର

ନୂଆଦିଲ୍ଲୀ,୧୭।୯: ସେପ୍ଟେମ୍ବର ୧୭ରେ ପେଟ୍ରୋଲିୟମ ଉତ୍ପାଦ ରପ୍ତାନି ଉପରେ ଲାଗୁଥିବା ୱିଣ୍ଡଫଲ ଟ୍ୟାକ୍ସରେ କେନ୍ଦ୍ର ସରକାର କଟକଣା କରିଛନ୍ତି। ପେଟ୍ରୋଲ, ଡିଜେଲ ଓ ଏଭିଏସନ ଟର୍ବାଇନ ଫ୍ୟୁଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?