ଅନ୍ତର୍ଜାତୀୟ ଥିଏଟର ଅଲିମ୍ପିଆଡରେ ଦେଖାଇଲେ ପ୍ରତିଭା: ସାଇପ୍ରସନ୍ନଙ୍କୁ ‘ଇଣ୍ଟରନ୍ୟାଶନାଲ ନୃତ୍ୟଗୌରବ’ ସମ୍ମାନ

ଢେଙ୍କାନାଳ ଅଫିସ, ୮।୯ – କଟକ ଇନ୍‌ଡୋର ଷ୍ଟାଡିୟମସ୍ଥିତ ଶାରଳା ଭବନ ପ୍ରେକ୍ଷାଳୟରେ ଅଗଷ୍ଟ ୨୭ରେ ଆୟୋଜିତ ଅନ୍ତର୍ଜାତୀୟ ଥିଏଟର ଅଲିମ୍ପିଆଡରେ ଢେଙ୍କାନାଳ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୪ର୍ଥ ଶ୍ରେଣୀ ଛାତ୍ର ସାଇପ୍ରସନ୍ନ ବେହେରାଙ୍କୁ ‘ଇଣ୍ଟରନ୍ୟାଶନାଲ ନୃତ୍ୟଗୌରବ’ ସମ୍ମାନରେ ସମ୍ମାନିତ କରାଯାଇଛି।
କଟକସ୍ଥିତ ଉତ୍କଳ ଯୁବ ସାଂସ୍କୃତିକ ସଂଘ ପ୍ରତିଷ୍ଠାତା କାର୍ତ୍ତିକ ଚନ୍ଦ୍ର ରଥଙ୍କ ସ୍ମୃତିରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ସମେତ ଦେଶବିଦେଶର ବହୁ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଡ୍ରାମା, ଡ୍ୟାନ୍ସ, ନୃତ୍ୟ ଆଦି ବିଭାଗରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସାଇପ୍ରସନ୍ନ ସମ୍ବଲପୁରୀ, ଛଉ, ଘୁମୁରା, ଧୁଡୁକି, ପାଇକ ନୃତ୍ୟ ପରିବେଷଣ କରି ବିଚାରକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତାଙ୍କ ଦ୍ୱାରା ପରିବେଷିତ ମୋ ଓଡ଼ିଶା ସଙ୍ଗୀତରେ ନୃତ୍ୟ ବେଶ୍‌ ଆକର୍ଷଣୀୟ ହୋଇଥିଲା। ଏକାଧିକ ବିଭାଗରେ ନିଜ ପ୍ରତିଭାର ପରିଚୟ ଦେଇଥିବାରୁ ସାଇପ୍ରସନ୍ନଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି। ସାଇପ୍ରସନ୍ନ ହେଉଛନ୍ତି ଢେଙ୍କାନାଳ ଷ୍ଟେଶନ ବଜାର ଅଞ୍ଚଳରେ ରହୁଥିବା ସଞ୍ଜୟ ବେହେରା ଏବଂ ପୁଷ୍ପଲତା ବେହେରାଙ୍କ ବଡ଼ ପୁଅ। ସେ ସ୍ଥାନୀୟ ଶିବାୟା ଡ୍ୟାନ୍ସ ଏକାଡେମୀରେ ନୃତ୍ୟ ଶିକ୍ଷା କରୁଛନ୍ତି। ଏଥିସହ ଅଲଟରନେଟିଭ୍‌ ରିଦିମ ଥିଏଟରରେ ଅଭିନୟ ତାଲିମ ନେଉଛନ୍ତି। ମଞ୍ଚ ନାଟକ ବ୍ୟାଚଲର, କୁନ୍ଦୁଲି ରାଇଜର ଝି, ବାଣା ପରାଜୟ, ଲୋଇବି ନାପାମା ନାଟକରେ ତାଙ୍କ ଅଭିନୟ ମଧ୍ୟ ଉଚ୍ଚ ପ୍ରଶଂସିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri