Posted inଖେଳ

ଅନ୍ତର୍ଜାତୀୟ ଦିନିକିଆରୁ ଅବସର ନେବେ ମାଲିଙ୍ଗା

କଲମ୍ବୋ, ୨୩ା୭ (ଏଏଫ୍‌ପି)-ଶ୍ରୀଲଙ୍କାର ଭେଟେରାନ ପେସ୍‌ ବୋଲର ଲସିଥ ମାଲିଙ୍ଗା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ଅବସର ନେବେ। ବାଂଲାଦେଶ ବିପକ୍ଷରେ ଖେଳାଯିବାକୁଥିବା ୩ମ୍ୟାଚ ବିଶିଷ୍ଟ ସିରିଜ ଅନ୍ତର୍ଗତ ପ୍ରଥମ ମ୍ୟାଚ ଖେଳି ସାରିବାପରେ ସେ ଦିନିକିଆ କ୍ରିକେଟ ଛାଡ଼ିବେ। ଶ୍ରୀଲଙ୍କା ଅଧିନାୟକ ଦିମୁଥ କରୁଣାରତ୍ନେ ସୋମବାର ଏହି ସୂଚନା ଦେଇଛନ୍ତି। ଦିନିକିଆ ସିରିଜର ମ୍ୟାଚଗୁଡ଼ିକ ଜୁଲାଇ ୨୬, ୨୮ ଓ ୩୧ରେ ଆର୍‌. ପ୍ରେମାଦାସା ଷ୍ଟାଡିୟମରେ ଖେଳାଯିବ। ଏଥିପାଇଁ ଶ୍ରୀଲଙ୍କାର ୨୨ଜଣିଆ ସମ୍ଭାବ୍ୟ ଖେଳାଳି ତାଲିକା ପ୍ରକାଶ ପାଇଛି। ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ୩୫ ବର୍ଷୀୟ ମାଲିଙ୍ଗା ହେଉଛନ୍ତି ଶ୍ରୀଲଙ୍କାର ତୃତୀୟ ସର୍ବାଧିକ ଉଇକେଟ ହାସଲକରୀ ବୋଲର। ସେ ୨୧୯ ଇନିଂସରୁ ୩୩୫ ଉଇକେଟ ଅକ୍ତିଆର କରିଛନ୍ତି। ଶ୍ରୀଲଙ୍କାର ଅନ୍ୟ ଦୁଇ ଶ୍ରେଷ୍ଠ ବୋଲର ହେଲେ ମୁଥୟା ମୁରଲୀଧରନ (୫୨୩) ଏବଂ ଚାମିଣ୍ଡା ଭାସ (୩୯୯)। ମାଲିଙ୍ଗା ଆହୁରିମଧ୍ୟ ଗତ ଆଇସିସି ବିଶ୍ୱକପ୍‌ରେ ଶ୍ରୀଲଙ୍କାର ସବୁଠାରୁ ସଫଳ ବୋଲର ଭାବେ ୧୩ ଉଇକେଟ ଅକ୍ତିଆର କରିଥିଲେ। ମାଲିଙ୍ଗା ୨୦୧୧ରେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିଲେ। କିନ୍ତୁ ଏହାପରଠାରୁ ସେ ଅନ୍ୟ ଫର୍ମାଟ ପାଇଁ ଉପଲବ୍ଧ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?