ଅନ୍ତର୍ଜାତୀୟ ଧଳାବାଡ଼ି ଦିବସ:ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ ପ୍ରକ୍ରିୟା ସରଳୀକରଣ ହେବ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):ରାଜ୍ୟର ୩୦ଟି ଯାକ ଜିଲାରେ ସମନ୍ବିତ ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର ପ୍ରତିଷ୍ଠା କରାଯିବା ସହ ଭିନ୍ନକ୍ଷମଙ୍କୁ ପ୍ରମାଣପତ୍ର ପ୍ରଦାନ ପ୍ରକ୍ରିୟାକୁ ସରଳୀକରଣ କରାଯିବ। ଅନ୍ତର୍ଜାତୀୟ ଧଳାବାଡ଼ି ଦିବସ ଅବସରରେ ଏନେଇ ସୂଚନା ଦେଇଛନ୍ତି ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। ମଙ୍ଗଳବାର ସ୍ଥାନୀୟ ବୁଦ୍ଧ ମନ୍ଦିରଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ସେ କହିଛନ୍ତି, ଧଳାବାଡ଼ି ଦୃଷ୍ଟିବାଧିତଙ୍କ ସ୍ବଚ୍ଛନ୍ଦ ଯାତାୟାତ ଓ ସ୍ବାବଲମ୍ବନଶୀଳତା ପାଇଁ ଉଦ୍ଦିଷ୍ଟ। ସେମାନଙ୍କ ସୁରକ୍ଷା ଓ ସ୍ବାଧୀନତାର ପ୍ରତୀକ ଭାବେ ଧଳାବାଡ଼ି ସହାୟକ ହୋଇଛି ବୋଲି ମନ୍ତ୍ରୀ ପଣ୍ଡା ମତବ୍ୟକ୍ତ କରିଥିଲେ।
ଦୃଷ୍ଟିବାଧିତଙ୍କ ଉଲ୍ଲେଖନୀୟ କୃତିତ୍ୱକୁ ସମ୍ମାନ ଦେବା ସହ ଧଳାବାଡ଼ିର ମର୍ଯ୍ୟାଦାକୁ ସର୍ବସାଧାରଣରେ ପ୍ରତିଷ୍ଠିତ କରିବା ନିମନ୍ତେ ମିଳିତ ଜାତିସଂଘ ଦ୍ୱାରା ୧୯୯୧ରୁ ଅନ୍ତର୍ଜାତୀୟ ଧଳାବାଡ଼ି ଦିବସ ପାଳନ କରାଯାଇଥାଏ ା ଧଳାବାଡ଼ି ଦୃଷ୍ଟିବାଧିତଙ୍କ ହାତ ଓ ବାହୁକୁ ସଶକ୍ତ କରେ। ଫଳରେ ସେମାନେ ଯେକୌଣସି ପରିସ୍ଥିତିକୁ ଶୀଘ୍ର ଓ ବିଶ୍ୱାସର ସହିତ ସାମ୍ନା କରିପାରନ୍ତି ବୋଲି ଉପସ୍ଥିତ ଅନ୍ୟ ଅତିଥିମାନେ ମତବ୍ୟକ୍ତ କରିଥିଲେ। ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ, ପାରାଦୀପ ଫସ୍‌ଫେଟସ୍‌ ମୁଖ୍ୟ ଲୋକସମ୍ପର୍କ ଅଧିକାରୀ ସୁଜିତ ମିଶ୍ର, କାର୍ଯ୍ୟକ୍ରମର ସହଯୋଗୀ ଅନୁଷ୍ଠାନ ଆନନ୍ଦ ଚାରିଟେବୁଲ୍‌ ଟ୍ରଷ୍ଟ ଅଧ୍ୟକ୍ଷା ଅନ୍ନପୂର୍ଣ୍ଣା ମହାନ୍ତି, ବିଚ୍ଛନ୍ଦ ୱେଲ୍‌ଫେୟାର ଟ୍ରଷ୍ଟର କାର୍ଯ୍ୟକର୍ତ୍ତା ପ୍ରକାଶ ଚନ୍ଦ୍ର ମହାପାତ୍ର, ସୌଭାଗ୍ୟ ରାଉତରାୟ ପ୍ରମୁଖ ଏହି ଅବସରରେ ବକ୍ତବ୍ୟ ରଖିଥିଲେ। ସାମାଜିକ ସୁରକ୍ଷା ତଥା ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ସାମାଜିକ ସୁରକ୍ଷା ଅଧିକାରୀ ସନ୍ନ୍ୟାସୀ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ମହମ୍ମଦ ଇମ୍ରାନ୍‌ ଅଲ୍ଲୀଙ୍କ ରଚିତ ବ୍ରେଲି ପୁସ୍ତକ ‘ମିଶନ: ଆନସର୍‌ ଟୁ କ୍ୟାନସର୍‌’ ଉପସ୍ଥିତ ଅତିଥିମାନଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା। ମନ୍ତ୍ରୀ ପଣ୍ଡା ଦୃଷ୍ଟିବାଧିତମାନଙ୍କୁ ଧଳାବାଡ଼ି ବିତରଣ କରିଥିବାବେଳେ ଏହି ଅବସରରେ ଏକ ଧଳାବାଡ଼ି ଶୋଭାଯାତ୍ରା ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?