ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ: ନିଶା ନିବାରଣ, ପରିବେଶ ସୁରକ୍ଷା ନେଇ ସଚେତନତା ରାଲି

କର୍ଲାମୁଣ୍ଡା,୨।୧୦(ଡି.ଏନ.ଏ.) – କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜିବ ଗାନ୍ଧୀ ସେବାକେନ୍ଦ୍ରଠାରେ ମଙ୍ଗଳବାର ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବରିଷ୍ଠ ନାଗରୀକମାନେ ପରିବେଶ ସୁରକ୍ଷା ଓ ନିଶା ନିବାରଣ ଉପରେ ସଚେତନତା ସୃଷ୍ଟି ପାଇଁ ବ୍ଲକ ସଦର ରୁଗୁଡିପଡାଠାରୁ ଶିଶୁ ମନ୍ଦିର ଛକ ଯାଏଁ ବିଭିନ୍ନ ସ୍ଲୋଗାନ ଦେଇ ପରିକ୍ରମା କରିଥିଲେ। ପରେ ରାଜିବ ଗାନ୍ଧୀ ସେବାକେନ୍ଦ୍ରଠାରେ ପଞ୍ଚାୟତ ସମିତି କର୍ଲାମୁଣ୍ଡା ପକ୍ଷରୁ ଆୟୋଜିତ ସଭାରେ କର୍ଲାମୁଣ୍ଡା ବିଡିଓ ପ୍ରିୟଦର୍ଶନୀ ମିର୍ଦ୍ଧା, ବ୍ଲକ ଅଧ୍ୟକ୍ଷା ଅମ୍ରିତା ସାହୁ, କର୍ଲାମୁଣ୍ଡା ଏସବିଆଇ ଶାଖା ପରିଚାଳକ ପାରସନାଥ ପାଣିଗ୍ରହୀ, ମୋବାଇଲ ହେଲଥ୍‌ ୟୁନିଟର ଡାକ୍ତର ଧର୍ମରାଜ ସିଂ, ଜିଲା ପରିଷଦ ସଭ୍ୟା ପୁଷ୍ପକାନ୍ତି କୁମାର, ବିଏସଇଓ ସଶ୍ମିତା ପଟେଲ ପ୍ରମୁଖ ଯୋଗଦେଇ ଏହି ଦିବସର ତାପର୍ତ୍ୟ ସହିତ ବରିଷ୍ଠ ନାଗରିକମାନଙ୍କ ପ୍ରତି ନିଜ ନିଜର ଦାୟିତ୍ୱ କର୍ତ୍ତବ୍ୟ କ’ଣ ରହିବା ଉଚିତ ସେ ବିଷୟରେ ଆଲୋଚନା କରିଥିଲେ। ବରିଷ୍ଠ ନାଗରିକ ମଧ୍ୟରୁ ଉପେନ୍ଦ୍ର ସାହୁ, ଲେଖମଣି ସାହୁ, ମୁରଲୀ ରଣା, ଶିବଭକ୍ତ ସାହୁ, କାଶିନାଥ ସାହୁ, ହୃଷୀକେଶ ଚୌଧୁରୀ, କମ୍ଭୁ ରଣା, ଋଷଭ ନାଏକ ପ୍ରମୁଖଙ୍କୁ ଉପଢୌକନ ପ୍ରଦାନ କରାଯାଇଥିଲା। ଏଥିରେ ବରିଷ୍ଠ ନାଗରିକ ଗୋବିନ୍ଦ ସାହୁ, କାମଦେବ ଭୋଇ, ରୁଦ୍ରପ୍ରସାଦ ଭୋଇ, ମୋହନଲାଲ ରଣା, ବାବା ଭଗବାନ ଦାସ, ଦିଲୀପ ରଣା, ଦୟାନିଧି ସାହୁ, ପଣ୍ଡିତ ପଧାନ, ଦଶରଥ ସାହୁ, ବୈକୁଣ୍ଠ ରଣା, ଭାଗିରଥି ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବ୍ଲକର ବିଭିନ୍ନ ଗଁାର ୮୩ ଜଣ ନୂତନ ହିତାଧିକାରୀମାନଙ୍କୁ ଭତ୍ତା ପ୍ରଦାନ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri