ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ସ୍ଥାନ ପାଇବ ଓଡ଼ିଶା ମଣ୍ଡପ : ପୁଞ୍ଜିନିବେଶ ଆକୃଷ୍ଟ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଚଳିତବର୍ଷ ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ସ୍ଥାନ ପାଇବ ଓଡ଼ିଶାର ଆକର୍ଷଣୀୟ ମଣ୍ଡପ। ରାଜ୍ୟର ବଛା ବଛା କଳାକାରଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହ ଓଡ଼ିଶାର ଶିଳ୍ପାନୁକୁଳ ବାତାବରଣ ଏବଂ ପୁଞ୍ଜିନିବେଶ ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ୱାରା ଉପଲବ୍ଧ ବିଭିନ୍ନ ସୁବିଧା ସୁଯୋଗ ସମ୍ପର୍କରେ ଅବଗତ କରାଯିବ। ଏହି ବାଣିଜ୍ୟ ମେଳାର ଥିମ୍‌ ‘ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜିନେସ୍‌’ ଅନୁଯାୟୀ ଓଡ଼ିଶା ମଣ୍ଡପକୁ ସଜାଯିବ ଏବଂ ତଥ୍ୟ ଉପସ୍ଥାପନ କରାଯିବ। ଏହାର ସଫଳ ଆୟୋଜନ ନେଇ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଅଧ୍ୟକ୍ଷତାରେ ଗୁରୁବାର ଲୋକସେବା ଭବନ କାର୍ଯ୍ୟାଳୟଠାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏକ ଆକର୍ଷଣୀୟ ମଣ୍ଡପ ଓ ପ୍ରଦର୍ଶନୀ ଷ୍ଟଲ ପ୍ରସ୍ତୁତ କରାଯାଇପାରିବ ସେ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ଏହାସହ ସାଂସ୍କୃତିକ କାର୍ଯ୍ୟକ୍ରମ, ନୂଆଦିଲ୍ଲୀରେ ଖବରଦାତା ସମ୍ମିଳନୀ, ଓଡ଼ିିଶା ଦିବସ ଅବସରରେ ଉକତ୍ଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସ୍ବତନ୍ତ୍ର ସଂଖ୍ୟା ଉନ୍ମୋଚନ ପ୍ରଭୃତି ଉପରେ ଆଲୋଚନା କରାଯାଇଥିଲା। ନଭେମ୍ବର ୧୪ରୁ ୨୭ ପର୍ଯ୍ୟନ୍ତ ଏହି ମେଳା ଅନୁଷ୍ଠିତ ହେବାକୁଥିବାବେଳେ ୨୧ରେ ନୂଆଦିଲ୍ଳୀ ପ୍ରଗତି ମଇଦାନର ହଂସଧ୍ୱନି ଥିଏଟରରେ ଓଡ଼ିଶା ଦିବସ ଅନୁଷ୍ଠିତ ହେବ। ଏହି ବାଣିଜ୍ୟ ମେଳାରେ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ନୋଡାଲ ବିଭାଗ ଭାବେ ଅଂଶଗ୍ରହଣ କରୁଥିବାବେଳେ ଇପିକଲ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ ଯୋଗଦେବେ। ଗୁରୁବାର ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକି ଓ ସୁବାସ ଚନ୍ଦ୍ର ସୂପକାର, ଉପ ନିର୍ଦ୍ଦେଶକ ତଥା ସ୍ବତନ୍ତ୍ର ପ୍ରଦର୍ଶନୀ ଅଧିକାରୀ ରବୀନ୍ଦ୍ର କୁମାର ନାୟକଙ୍କ ସମେତ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri