ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ‘ମୁଁ ବି ସକ୍ଷମ’

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଆନୁକୂଲ୍ୟରେ ଇଡ୍‌କଲ୍‌ ଅଡିଟୋରିୟମ୍‌ରେ ୨ ଦିନିଆ ଚଳଚ୍ଚିତ୍ର ଉତ୍ସବ ଏବଂ ଫଟୋଚିତ୍ର ପ୍ରଦର୍ଶନୀ ସୋମବାରଠାରୁ ଆରମ୍ଭ ହୋଇଛି। ବିଭାଗୀୟ ଶାସନ ସଚିବ ଭାସ୍କରଜ୍ୟୋତି ଶର୍ମାଙ୍କ ଦ୍ୱାରା ଉଦ୍‌ଘାଟିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶିକା ବ୍ରତତୀ ହରିଚନ୍ଦନଙ୍କ ସମେତ ଅନ୍ୟାନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।
ଦିବ୍ୟାଙ୍ଗଙ୍କ ଦକ୍ଷତା, ପ୍ରତିଭା, ସେମାନଙ୍କ ସୁରକ୍ଷା ଓ ସାମାଜିକ ପ୍ରତିବଦ୍ଧତା ଇତ୍ୟାଦି ପ୍ରସଙ୍ଗ ଉପରେ ଆଧାରିତ ପ୍ରାୟ ୭୦ରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଚଳଚ୍ଚିତ୍ର ଓ ବୃତ୍ତଚିତ୍ର ଏହି ଉତ୍ସବରେ ସ୍ଥାନିତ ହୋଇଛି। ଭାରତର ବିଭିନ୍ନ ଅଞ୍ଚଳର ଚଳଚ୍ଚିତ୍ର ନିର୍ଦ୍ଦେଶକମାନଙ୍କ ଦ୍ୱାରା ଏହି ଚଳଚ୍ଚିତ୍ରଗୁଡ଼ିକ ପ୍ରସ୍ତୁତ କରାଯାଇଥିବାବେଳେ ଏହାମଧ୍ୟରେ ୭ ଫିଚର୍‌ ଫିଲ୍ମ ରହିଛି। ‘ଆଇ ଆମ୍‌ ଏବୁଲ୍‌’, ‘ସାମର୍ଥ୍ୟ’, ‘ସ୍ବାଭିମାନ’, ‘ମୁଁ ବି ସକ୍ଷମ’, ‘ଉର୍ବଶୀ’, ‘ଆଟିଚ୍ୟୁଡ୍‌’, ‘ଅଟୋବାଲା’, ‘ଡିଫ୍‌ ଆଣ୍ଡ୍‌ ଡମ୍ବ’, ‘ଡୁ ବିଫୋର ୟୁ ଡାଇ’, ‘ଲଭ୍‌ ସଟସ୍‌’, ‘ଲେଟ୍‌ ଅସ୍‌ ବାଇସାଇକେଲ୍‌ ଟୁଗେଦର’, ‘ୱାନ୍‌ ଫିଟ୍‌’, ‘ଓଡ଼ିଶାସ୍‌ ଇନର ଆଇ’, ‘ଷ୍ଟାଣ୍ଡ ଫର୍‌ ରେସ୍ମେକ୍ସ’ ଏବଂ ‘ହ୍ବାଟ୍‌ ଆଇ ଫିଲ୍‌’ ଭଳି ଏକାଧିକ ନିଆରା ଏବଂ ଭିନ୍ନସ୍ବାଦର ଚଳଚ୍ଚିତ୍ରରେ ଦିବ୍ୟାଙ୍ଗମାନଙ୍କ ଅନୁଭବ, ସାଧନା, ଭାବପ୍ରବଣ ଜୀବନଧାରା ଓ ପାରସ୍ପରିକ ସମ୍ପର୍କ ପ୍ରତିଫଳିତ ହୋଇଛି। ‘ଅକ୍ଷମ ନୁହେଁ, ମୁଁ ବି ସକ୍ଷମ’ ପ୍ରତି ଫିଲ୍ମରେ ଏହି ବାର୍ତ୍ତା ରହିଥିଲା। କାର୍ଯ୍ୟକ୍ରମରେ ୨୦ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ଏବଂ ସ୍ବେଚ୍ଛାସେବୀମାନେ ଯୋଗଦେଇ ଚଳଚ୍ଚିତ୍ର ଦେଖିବାର ଅବସର ପାଇଥିଲେ। ଏହି ଅବସରରେ ଦିବ୍ୟାଙ୍ଗଙ୍କ ସୁରକ୍ଷା, ଆତ୍ମନିର୍ଭରତା, କୃତିତ୍ୱ ଇତ୍ୟାଦି ଉପରେ ପର୍ଯ୍ୟବସିତ ଫଟୋଚିତ୍ରକୁ ନେଇ ଏକ ସ୍ବତନ୍ତ୍ର ପ୍ରଦର୍ଶନୀ ଆୟୋଜିତ ହୋଇଛି। ଶ୍ରେଷ୍ଠ ବିବେଚିତ ୩ ଫଟୋକୁ ମଙ୍ଗଳବାର କାର୍ଯ୍ୟକ୍ରମର ଉଦ୍‌ଯାପନୀ ସମାରୋହରେ ପୁରସ୍କୃତ କରାଯିବ। ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?