Posted inଫୁରସତ

ଅନ୍ତର୍ଜାତୀୟ ମାତୃଭାଷା ଦିବସ: ବିକାଶ ଓ ଏକତାର ସେତୁ ମାତୃଭାଷା

ଅନ୍ତର୍ଜାତୀୟ ମାତୃଭାଷା ଦିବସ ୨୧ ଫେବୃୟାରୀରେ ପାଳନ କରାଯାଉଛି। ୟୁନେସ୍କୋ ୧୭ ନଭେମ୍ବର ୧୯୯୯ ରେ ଏହି ଦିବସ ଘୋଷଣା କରିଥିଲା। ପରେ ୨୧ ଫେବୃୟାରୀ,୨୦୦୦ରେ ପ୍ରଥମେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ କରାଯାଇଥିଲା। ବିଶ୍ୱରେ ଭାଷା ଏବଂ ସଂସ୍କୃତିର ବିବିଧତାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଉଛି। ମାତୃଭାଷାର ସୁରକ୍ଷା ପଅତି ଏହି ଦିବସରେ ସଚେତନତା ସୃଷ୍ଟି କରାଯାଏ। ଏହି ଦିବସ ଘୋଷଣା କରାଯିବା ଦ୍ୱାରା ୧୯୫୨ର ବାଂଲାଦେଶ ଭାଷା ଆନ୍ଦୋଳନ ଦିବସକୁ ସ୍ମରଣ କରାଯାଇଥାଏ। ଆନ୍ଦୋଳନକାରୀମାନେ ବେଙ୍ଗଲୀ ଭାଷାକୁ ସ୍ବୀକୃତି ଦେବା ଲାଗି ଲଢେଇ କରୁଥିଲେ। ୨୧ ଫେବୃୟାରୀରେ ବାଂଲାଦେଶୀ ଭାଷା ଆନ୍ଦେଳନରେ ରାଜଧାନୀ ଢାକାରେ ୪ ଜଣ ବେଙ୍ଗଲୀ ଛାତ୍ରଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କ ବଳିଦାନକୁ ସମ୍ମାନ ଜଣାଇ ଏହି ଦିନ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ କରାଯିବା ପାଇଁ ଜାତିସଂଘ ନିଷ୍ପତ୍ତି ନେଇଥିଲା। ପରେ ଜାତିସଂଘ ସାଧାରଣ ପରିଷଦ ୨୦୦୮କୁ ଅନ୍ତର୍ଜାତୀୟ ଭାଷା ବର୍ଷ ଭାବେ ଘୋଷଣା କରି ପୁଣି ଏହାର ମହତ୍ତ୍ୱକୁ ପ୍ରତିପାଦନ କରିଛି। ୨୦୦୨ରୁ ଏକ ନିର୍ଦ୍ଦିଷ୍ଟ ସ୍ଲୋଗାନ ନେଇ ଏହି ଦିବସ ପାଳନ କରାଯାଇଆସୁଅଛି। ଉକ୍ତ ଦିବସର ପ୍ରଥମ ସ୍ଲୋଗନ ଥିଲା-‘ଭାଷା ବିବିଧତା : ବିପଦରେ ୩ ହଜାର ଭାଷା’।
ନିକଟରେ କରାଯାଇଥିବା ଏକ ଅନୁଧ୍ୟାନରୁ ଜଣାପଡିଛି ଯେ,ବିଶ୍ୱରେ ଏବେ ୬୦୦୦ରୁ ଊର୍ଦ୍ଧ୍ୱ କଥିତ ଭାଷା ମଧ୍ୟରୁ ୪୫ ପ୍ରତିଶତ ବିପଦରେ। ଏହି ଭାଷାଗୁଡିକ ମଧ୍ୟରୁ ମାତ୍ର କେତେ ଶହ ଭାଷାକୁ ଏବେ ଶିକ୍ଷା କ୍ଷେତ୍ରରେ ସ୍ଥାନ ଦିଆଯାଇଛି ଓ ଶହେରୁ କମ୍‌ ଭାଷା ଡିଜିଟାଲ ଓ୍ବାଲର୍‌ଡରେ ବ୍ୟବହାର କରାଯାଉଛି। ଭାଷା ଆମ ସଂସ୍କୃତିର ରକ୍ଷକ। ଭାଷା ଦିବସ ପାଳନ କରାଯିବା ଦ୍ୱାରା ଭାଷାଗତ ବିବିଧତା ଓ ବହୁ ଭାଷୀ ଶିକ୍ଷାକୁ ସଶକ୍ତ କରିବା ସହ ଭାଷାଗତ ତଥା ସାଂସ୍କୃତିକ ପରମ୍ପରା ପ୍ରତି ସଚେତନତା ସୃଷ୍ଟି କରାଯାଇପାରୁଛି। ବିଶ୍ୱରେ ଏହି ଦିବସ ବାଂଲାଦେଶରେ ନିଆରା ଢଙ୍ଗରେ ପାଳନ କରାଯାଏ। ଏହି ଦିବସରେ ଭାଷା ଆନ୍ଦୋଳନରେ ଶହୀଦ ହୋଇଥିବା ଶହୀଦ ସ୍ମାରକୀରେ ଫୁଲ ଅର୍ପଣ କରାଯିବା ସହ ଏହିଦିନିକୁ ଛୁଟି ଘୋଷଣା କରାଯାଇଥାଏ। ପ୍ୟାରିସ ୟୁନେସ୍କୋ ମୁଖ୍ୟାଳୟରେ ମଧ୍ୟ ପାଳନ କରାଯାଏ। ସ୍କୁଲ୍‌ ଗୁଡିକରେ ପିଲାମାନଙ୍କୁ ମାତୃଭାଷାରେ କହିବା ଓ ଲେଖିବାକୁ କୁହାଯାଏ। ‘ବିବିଧତା ମଧ୍ୟରେ ଏକତା’ ସିଦ୍ଧାନ୍ତକୁ ନେଇ ଭାରତ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏହାର ସମୃଦ୍ଧ ସାଂସ୍କୃତିକ ପରିବେଶ କ୍ଷେତ୍ରରେ ଭାଷାର ଭୂମିକା ରହିଛି। ଏଣୁ ଭାରତରେ ଏହି ଦିବସ ପାଳନ କରାଯିବାର ଢେର ଗୁରୁତ୍ୱ ଅଛି। ଭାଷାର କୌଣସି ସୀମା ନାହିଁ। ମାତୃଭାଷାର ସୁରକ୍ଷା କରି ଏହାକୁ ସମୃଦ୍ଧ କରାଯାଇପାରିଲେ ବିଶ୍ୱରେ ଶାନ୍ତି, ବିକାଶ ଓ ଏକତା ସହଜରେ ପ୍ରତିଷ୍ଠା ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri