Posted inଖେଳ

ଅନ୍ତିମ ଟି୨୦ ଖେଳିବେନି ଆଲେନ୍‌

ମୁମ୍ବାଇ, ୧୦।୧୨ (ପି.ଟି.)- ଓ୍ବେଷ୍ଟଇଣ୍ଡିଜ ଅଲ୍‌ରାଉଣ୍ଡର ଫାବିଆନ ଆଲେନ୍‌ ଫିଟ୍‌ ହୋଇପାରି ନ ଥିବାରୁ ଚଳିତ ଭାରତ ବିପକ୍ଷ ଟି୨୦ ସିରିଜର ବଳକା ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ଫଳରେ ବୁଧବାର ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯିବାକୁ ଥିବା ସିରିଜର ନିର୍ଣ୍ଣାୟକ ତଥା ୩ୟ ମ୍ୟାଚ୍‌ରେ ସେ ନ ଖେଳିବା ସ୍ପଷ୍ଟ ହୋଇଛି। ଓ୍ବେଷ୍ଟଇଣ୍ଡିଜ କୋଚ୍‌ ଫିଲ୍‌ ସିମନ୍ସ ମଙ୍ଗଳବାର ଖବରଦାତା ସମ୍ମିଳନୀ ଅବସରରେ ଏହା କହିଛନ୍ତି। ‘ବୁଧବାର ମ୍ୟାଚ୍‌ ଖେଳିବାକୁ ଆଲେନ୍‌ ଫିଟ୍‌ ହୋଇନାହାନ୍ତି। ସେ ଆମ ସହିତ ଅଛନ୍ତି କିନ୍ତୁ ମ୍ୟାଚ୍‌ ପାଇଁ ସମ୍ପୂର୍ଣ୍ଣ ସୁସ୍ଥ ହୋଇପାରିନାହାନ୍ତି। ଆମେ ତାଙ୍କୁ ମିସ୍‌ କରିବୁ’ ବୋଲି ସିମନ୍ସ ପ୍ରକାଶ କରିଛନ୍ତି। ବାମହାତୀ ସ୍ପିନ ଅଲ୍‌ରାଉଣ୍ଡର ଆଲେନ୍‌ ଚଳିତ ମାସ ପ୍ରାରମ୍ଭରେ ଆଫଗାନିସ୍ତାନ ବିପକ୍ଷ ସିରିଜରୁ ଦଳ ସହ ରହିଆସିଛନ୍ତି। କିନ୍ତୁ ଭାରତ ବିପକ୍ଷ ପ୍ରଥମ ଟି୨୦ ପରେ ଗୋଇଠିଜନିତ ଆଘାତ ସମସ୍ୟା ଲାଗି ସେ ୨ୟ ମ୍ୟାଚ୍‌ ଖେଳିପାରି ନ ଥିଲେ। ଟି୨୦ ସିରିଜ ପରେ ଖେଳାଯିବାକୁ ଥିବା ଦିନିକିଆ ସିରିଜ ଲାଗି କିନ୍ତୁ ସେ ଦଳରେ ସ୍ଥାନ ପାଇଛନ୍ତି। ତାଙ୍କ ଆଘାତ ସମସ୍ୟା ଉପରେ ଓ୍ବେଷ୍ଟଇଣ୍ଡିଜ ଚୟନକର୍ତ୍ତା ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri