ଅନ୍ୟ ଜିଲାରୁ ଚୌଦ୍ୱାର ଫେରୁଛନ୍ତି ଲୋକେ: ସଚେତନ ହେଲେ, କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଆସିଲେ

ଚୌଦ୍ୱାର,୨୩।୪(ଡି.ଏନ୍‌.ଏ.): କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବାହାରୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ଡାକ୍ତରୀ ପରୀକ୍ଷା କରାଇ ସ୍ଥାନୀୟ କ୍ୱାରେଣ୍ଟାଇନ ସେଣ୍ଟରରେ ରଖିବା ବ୍ୟବସ୍ଥା ସରକାରଙ୍କ ତରଫରୁ ସମସ୍ତ ପଞ୍ଚାୟତ ଓ ସହରାଞ୍ଚଳରେ କରାଯାଇଛି। ଏଥିସହିତ ସଂକ୍ରମଣକୁ ରୋକିବା ଦିଗରେ ସହରାଞ୍ଚଳ ବାସିନ୍ଦା ହୁଅନ୍ତୁ କି ଗ୍ରାମାଞ୍ଚଳ ସମସ୍ତେ ସଚେତନ ହେଉଥିବା ଦେଖିବାକୁ ମିଳିଛି। ଚୌଦ୍ୱାର ସହର ପାଇଁ ପୌରପାଳିକା ତରଫରୁ ସ୍ଥାନୀୟ ଗାନ୍ଧୀଛକ ସ୍ଥିତ ପୌର ଟାଉନହଲରେ ମାର୍ଚ୍ଚ ୨୩ ତାରିଖରୁ କ୍ୱାରେଣ୍ଟାଇନ କେନ୍ଦ୍ର ଖୋଲାଯାଇଛି। ସ୍ଥାନୀୟ ତେଲଗୁ ବସ୍ତିର ଜନୈକ ବ୍ୟକ୍ତି ଅନୁଗୋଳରେ ଶ୍ରମିକ ଭାବେ କାମକରୁଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ଉକ୍ତ ବ୍ୟକ୍ତି ନିଜ ଘରକୁ ଫେରିଥିଲେ ହେଁ ଘରଲୋକେ ତଥା ସାହି ପଡିଶା ତାଙ୍କୁ ଘରେ ପୁରାଇ ନ ଥିଲେ। ପରେ ତାଙ୍କ ପରିବାରଲେକେ ଚୌଦ୍ୱାରସ୍ଥିତ ସରକାରଙ୍କ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ତାଙ୍କୁ ପରୀକ୍ଷା କରିବା ପରେ ଡାକ୍ତର ତାଙ୍କୁ କ୍ୱାରେଣ୍ଟାଇନରେ ରହିବା ପାଇଁ ପରାମର୍ଶ ଦେଇଥିଲେ। ସେହିପରି ପରିଡା ସାହିର ଜନୈକ ଯୁବକ ବାଲେଶ୍ୱରରେ ରହି କାମ କରୁଥିବାବେଳେ ବୁଧବାର ସେ ନିଜ ଘରକୁ ଫେରିଥିଲେ। ସାହି ଲୋକଙ୍କ ପରାମର୍ଶ କ୍ରମେ ସେ ଚୌଦ୍ୱାର ପୋଲିସ ସହାୟତାରେ କ୍ୱାରେନଟାଇନରେ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri