ଅନ୍ୟ ଟ୍ୟାଙ୍କରରେ ଭରାଗଲା ଗ୍ୟାସ୍‌

ବଇଣ୍ଡା, ୫ା୩(ଡି.ଏନ.ଏ.):  ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା କମରେଇ ନିକଟ ୫୫ନଂ. ଜାତୀୟ ରାଜପଥରେ ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ଏକ ପ୍ରୋପେନ ଗ୍ୟାସ୍‌ ବୋଝେଇ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌ ନେଇ ଯେଉଁ ଆତଙ୍କ ସୃଷ୍ଟି ହୋଇଥିଲା। ବୁଧବାର ଅପରାହ୍ନରେ ତାହାର ଅବସାନ ଘଟିଛି। ଓଲଟିପଡ଼ିଥିବା ଟ୍ୟାଙ୍କରରୁ ଗ୍ୟାସ୍‌ ଅନ୍ୟ ଏକ ଟ୍ୟାଙ୍କରରେ ଭରାଯିବା ପରେ କ୍ରେନ୍‌ ଯୋଗେ ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରକୁ ହଟାଯାଇଥିଲା। ଫଳରେ ଦୀର୍ଘ ୨୪ ଘଣ୍ଟା ପରେ ରାଜପଥରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା।
ପୋଲିସ କହିଛି, ଟ୍ୟାଙ୍କରଟି ହଳଦିଆରୁ ଛତିଶଗଡର ରାୟଗଡ ଅଭିମୁଖେ ଯାଉଥିଲା। ଚାଳକ ମଦ ନିଶାରେ ଥିବାରୁ କମରେଇ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡିବାରୁ ଗ୍ୟାସ୍‌ ଲିକ୍‌ ହୋଇ ଆଖପାଖ ଗ୍ରାମରେ ଆତଙ୍କ ଖେଳାଇ ଦେଇଥିଲା। ପ୍ରଶାସନ, ପୋଲିସ ଓ ୪ଟି ଅଗ୍ନିଶମ ଟିମ୍‌ ଉପସ୍ଥିତ ରହି ପରିସ୍ଥିତି ଉପରେ ନଜର ରଖିଥିବା ବେଳେ ରାତି ପ୍ରାୟ ୧୧ଟାରେ ବାଲେଶ୍ୱର, ହଳଦିଆ ଓ ଝାରସୁଗୁଡାରୁ ୩ଟି ବିଶେଷଜ୍ଞ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ବୁଧବାର ସକାଳୁ ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଅନ୍ୟ ଏକ ଟ୍ୟାଙ୍କରରେ ଗ୍ୟାସ୍‌ ଫିଲିଙ୍ଗ କାମ ଆରମ୍ଭ ହୋଇଥିଲା। ପରେ ଜେଏସ୍‌ପିଏଲ୍‌ର ଏକ ହେଭି କ୍ରେନ୍‌ ଦ୍ୱାରା ଦୁର୍ଘଟଣାସ୍ତ ଟ୍ୟାଙ୍କରକୁ ରାଜପଥ ଉପରୁ ହଟାଯାଇଥିଲା। ଏହାପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ପୋଲିସ ମଦ୍ୟପାନ କରିଥିବା ଟ୍ୟାଙ୍କର ଚାଳକ ଉତ୍ତରପ୍ରଦେଶ ରସୁଲପୁର ଅଞ୍ଚଳର ରାଭରତନ ୟାଦବଙ୍କୁ ଗିରଫ କରିଛି। ଦୁର୍ଘଟଣା ଯୋଗୁ ମଙ୍ଗଳବାର ରାତିରୁ ଆଖପାଖ ଗ୍ରାମରେ ରୋଷେଇ ବନ୍ଦ ଥିବାବେଳେ ହଣ୍ଡପା, ବଇଶିଣା, ପାଗବନ୍ଧା, ନାକିଚି, କମରେଇ ଅଞ୍ଚଳବାସୀ ବସ୍‌ ସେବାରୁ ବଞ୍ଚିତ ହୋଇଥିଲେ। ସେହିପରି ଯୁକ୍ତ ୨ ପରୀକ୍ଷା ଦେଉଥିବା ଛାତ୍ରୀଛାତ୍ରମାନେ ବସ୍‌ ନ ପାଇ ଗାଡ଼ି ଭଡ଼ା କରି ବିଭିନ୍ନ ମହାବିଦ୍ୟାଳୟରେ ବିଳମ୍ବରେ ପହଞ୍ଚି ପରୀକ୍ଷା ଦେଇଥିଲେ। ପ୍ରଶାସନ ପକ୍ଷରୁ ମଙ୍ଗଳବାର ରାତିରେ କମରେଇ ଗ୍ରାମରେ ଚୁଡା, ଚିନି, କଦଳୀ, ବିସ୍କୁଟ ବଣ୍ଟନ କରାଯାଇଥିଲା। ବୁଧବାର ପଞ୍ଚାୟତ ପକ୍ଷରୁ ମଣ୍ଡାମ ପ୍ରାଥମିକ ବିଦ୍ୟାଳୟରେ ରୋଷେଇ କରି କମରେଇ ଓ ମଣ୍ଡାମ ଗ୍ରାମବାସୀଙ୍କୁ ଖାଦ୍ୟ ଯୋଗାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri