କରୋନା ମୁକାବିଲା: ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର,୨୭ା୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ସାରା ବିଶ୍ୱ ପାଇଁ ସବୁଠୁ ବ଼ଡ ଆହ୍ବାନ ଭାବେ ଉଭା ହୋଇଛି। ଓଡ଼ିଶାବାସୀ ଏବଂ ଅନ୍ୟ ରାଜ୍ୟରେ ରହିଥିବା ଓଡ଼ିଆମାନେ ମଧ୍ୟ ଏହାଦ୍ୱାରା ବହୁ ଭାବେ ପ୍ରଭାବିତ। ଜନସାଧାରଣଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ବଢାଇବା ପାଇଁ ସାରା ଦେଶରେ ବର୍ତ୍ତମାନ ଲକ୍‌ଡାଉନ୍‌ ଚାଲିଛି। ଓଡ଼ିଶାରେ ମଧ୍ୟ ଏହା ଜାରି ରହିଛି। ବାହାରେ ରହୁଥିବା ୮୦,୦୦୦ ଓଡ଼ିଆ ଏବଂ ବିଦେଶରେ ରହୁଥିବା ୪୦୦୦ ଓଡ଼ିଆ ରାଜ୍ୟକୁ ଫେରି ସାରିଛନ୍ତି। ସେମାନଙ୍କୁ ସହାୟତା ପ୍ରଦାନ କରିବା ପାଇଁ ରାଜ୍ୟ ପ୍ରଶାସନସ୍ତରରେ ଉଦ୍ୟମ ଆରମ୍ଭ କରିଛି।
ତେଣୁ ବିଭିନ୍ନ ରାଜ୍ୟରେ ଫସିଥିବା ଓଡ଼ିଆମାନଙ୍କ ଖାଇବା, ରହିବା ଓ ସୁରକ୍ଷା ଉପରେ ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ସମସ୍ତ ପ୍ରତିପକ୍ଷଙ୍କୁ ନିବେଦନ କରିଛନ୍ତି। ଏଥିସହିତ ଗୁରୁବାର ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ସେଠାରେ ଓଡ଼ିଆମାନଙ୍କର ସୁରକ୍ଷା ସହ ଖାଦ୍ୟ ଓ ରହିବା ବ୍ୟବସ୍ଥା କରିବାକୁ ନବୀନ ମୁଖ୍ୟମନ୍ତ୍ରୀମାନଙ୍କୁ ଅନୁରୋଧ କରିଛନ୍ତି। ଏନେଇ ସଂପୃକ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତିି। ଓଡ଼ିଆମାନଙ୍କ ରହିବା, ଖାଇବା ପାଇଁ ଯାହା ଖର୍ଚ୍ଚ ହେବ, ତାହା ରାଜ୍ୟ ସରକାର ବହନ କରିବେ। ସେହିଭଳି ଓଡ଼ିଶାର ବିଭିନ୍ନ ସ୍ଥାନରେ ଫସି ରହିଥିବା ଅନ୍ୟ ରାଜ୍ୟର ଅଧିବାସୀ ଯେପରି ଅସୁବିଧା ନ ଭୋଗିବେ, ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ଏ ବାବଦରେ ହେବାକୁ ଥିବା ସମସ୍ତ ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି(ସିଏମ୍‌ଆରଏଫ୍‌)ରୁ ବହନ କରାଯିବ। ବିଭିନ୍ନ ରାଜ୍ୟ ସହ ସମନ୍ବୟ ପାଇଁ ମୁଖ୍ୟମନ୍ତ୍ରୀ ସ୍ବରାଷ୍ଟ୍ର ବିଭାଗର ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ଓ ଆଇଜି ପୋଲିସ ଅପରେଶନ ଅମିତାଭ ଠାକୁରଙ୍କୁ ଦାୟିତ୍ୱ ଦେଇଛନ୍ତି। ଏହି ଉଭୟ ଅଧିକାରୀଙ୍କ କାର୍ଯ୍ୟାଳୟର ଫୋନ୍‌ ନମ୍ବର ମଧ୍ୟ ଜାରି କରାଯାଇଛି। ସଞ୍ଜୀବ ଚୋପ୍ରାଙ୍କ କାର୍ଯ୍ୟାଳୟ ନମ୍ବର, ୦୬୭୪-୨୫୩୧୫୧୫(ଅଫିସ), ୦୬୭୪-୨୫୩୪୪୫୩(ଆବାସିକ), ୯୪୩୯୦୨୭୭୧୧(ମୋବାଇଲ) ଏବଂ ଇମେଲ- homesec.od.nic.in ରହିଛି। ଅନୁରୂପଭାବେ ଅମିତାଭ ଠାକୁରଙ୍କ କାର୍ଯ୍ୟାଳୟ ନମ୍ବର ୦୬୭୪-୨୫୩୩୨୩୦(ଅଫିସ), ୦୬୭୪-୨୫୪୪୦୮୦(ଆବାସିକ), ୯୯୩୮୩୧୦୦୦୦/ ୯୪୩୯୮୧୫୯୮୬(ମୋବାଇଲ) ଏବଂ ଇମେଲ-amitabh_thakur@hotmail.com ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri