Posted inଖେଳ

ଅନ୍‌ଲାଇନ୍‌ରେ ଲୁଡୁ ଖେଳୁଛନ୍ତି ଭାରତୀୟ ମହିଳା କ୍ରିକେଟର

ନୂଆଦିଲ୍ଲୀ, ୧୪ା୪ (ପି.ଟି.)-କରୋନା ଭାଇରସ୍‌ ମହାମାରୀ ଯୋଗୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଲାଗୁ କରାଯାଇଛି। ଏହି ସମୟରେ ଭାରତୀୟ ମହିଳା କ୍ରିକେଟ ଦଳର ସଦସ୍ୟାମାନେ ଅନ୍‌ଲାଇନ୍‌ରେ ଲୁଡୁ ଖେଳି ପରସ୍ପର ସହ ସମ୍ପର୍କ ବଜାୟ ରଖିଛନ୍ତି। ସୋମବାର ଏହି ସୂଚନା ଦେଇଛନ୍ତି ଷ୍ଟାର ଓପନର ସ୍ମୃତି ମନ୍ଧାନା। ଦେଶର ଏହି ଅଗ୍ରଣୀ ବ୍ୟାଟ୍ସଓମ୍ୟାନ କହିଛନ୍ତି, ଅନ୍ୟ ଆଥଲେଟ୍‌ମାନଙ୍କ ଭଳି ଘରେ ବ୍ୟାୟାମ ଜରିଆରେ ନିଜକୁ ଫିଟ୍‌ ରଖୁଛନ୍ତି। ଟ୍ରେନରଙ୍କ ସହିତ ତାଙ୍କର ଯୋଗାଯୋଗ ରହିଛି। ତାଙ୍କଠାରୁ ସେ ଫିଡ୍‌ବ୍ୟାକ୍‌ ନେଉଛନ୍ତି। ୨୩ ବର୍ଷୟା ମନ୍ଧାନା ମା’ଙ୍କଠାରୁ ରୋଷେଇ ଶିଖୁଛନ୍ତି। ଘରେ ଅନ୍ୟାନ୍ୟ କାର୍ଯ୍ୟରେ ସାହାଯ୍ୟ କରୁଛନ୍ତି। ପରିବାର ସହ ସେ ତାସ୍‌ ଖେଳୁଛନ୍ତି। ସପ୍ତାହରେ ୨ରୁ ୩ଟି ଫିଲ୍ମ ଦେଖୁଛନ୍ତି। ସେ ଶୋଇବାକୁ ଭଲ ପାଆନ୍ତି। ଅତି କମ୍‌ରେ ସେ ଦୈନିକ ୧୦ ଘଣ୍ଟା ଶୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri