Posted inଖେଳ

ଅନ୍‌ଲାଇନ୍‌ ଚେସ୍‌: ନିପୁନ ଚାମ୍ପିୟନ

ଭୁବନେଶ୍ୱର, ୩୦।୬(କ୍ରୀଡ଼ା ପ୍ରତିନିଧି):ଏସଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ରବିବାର ଅନୁଷ୍ଠିତ ୯ମ ଅନ୍‌ଲାଇନ୍‌ ଚେସ୍‌ରେ ନିପୁନ ଆଦିତ୍ୟ ମହାନ୍ତି ଚାମ୍ପିୟନ ହୋଇଛନ୍ତି। ୨୦୧୯ରେ ରାଜ୍ୟ ବଧିର ଚେସ୍‌ ଚାମ୍ପିୟନ ହୋଇଥିବା ଭୁବନେଶ୍ୱର ନିପୁନ ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ପୂରା ୬ ପଏଣ୍ଟ ପାଇ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ତନ୍ମୟ ତ୍ରିପାଠୀ, ସନ୍ଦୀପା ସାହୁ, ବିକାଶ କୁମାର ଲେଙ୍କା ଓ ପ୍ରତୀକ ଚୌରାସିଆ(ସମସ୍ତେ ୪.୫ ପଏଣ୍ଟ) ଯଥାକ୍ରମେ ଦ୍ୱିତୀୟରୁ ୫ମ ସ୍ଥାନ ହାସଲ କରିଛନ୍ତି। ୧୧ ବର୍ଷରୁ କମ୍‌ ବର୍ଗରେ ଆଦିତ୍ୟ ନାରାୟଣ ମହାନ୍ତି, ତ୍ରିଦେବ ତୀର୍ଥଙ୍କର, ଦେବାଂଶ ପଣ୍ଡା, ୯ ବର୍ଷରୁ କମ୍‌ରେ ସୂର଼୍ୟାଂଶୁ ମହାକୁଡ଼, ନିଲିଶା ନିବେଦିତା, ୭ ବର୍ଷରୁ କମ୍‌ରେ ସାରାଂଶ ସାହୁ ଓ ଅର୍ନବ ବିଶ୍ୱାଳ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟ ଓ ଦେଶର ୪୧ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଆୟୋଜକ ସେଣ୍ଟରର ନିର୍ଦ୍ଦେଶକ ସତ୍ୟରଞ୍ଜନ ପଟ୍ଟନାୟକ, ଡାକ୍ତର ମାନସ ରଞ୍ଜନ ମିଶ୍ର ଓ ସତ୍ୟଜିତ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଏହି ଟୁର୍ନାମେଣ୍ଟ ପରିଚାଳିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜୀବନ-ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ରିଙ୍କୁ ସିଂଙ୍କ ବାପା, ଆଗକୁ ଖେଳିବେ କି ନାହିଁ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୨: ଭାରତର ଷ୍ଟାର କ୍ରିକେଟର ରିଙ୍କୁ ସିଂହ ସମ୍ପ୍ରତି ଟିମ୍ ଇଣ୍ଡିଆ ଛାଡି ଘରକୁ ଫେରିଥିଲେ । ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ତାଙ୍କ ଫେରିବାର…

ପ୍ରଥମଥର ଟି୨୦ ବିଶ୍ୱକପରେ ଘଟିଲା ଏମିତି: ବ୍ରୁକ ରଚିଲେ ଇତିହାସ

ନୂଆଦିଲ୍ଲୀ,୨୫।୨: ପାକିସ୍ତାନ ବିପକ୍ଷରେ ହ୍ୟାରି ବ୍ରୁକ ଏକ ଐତିହାସିକ ଶତକ ହାସଲ କରିଥିଲେ। ଫଳରେ ଇଂଲଣ୍ଡକୁ ବିଜୟ ହାସଲ କରିବାରେ ସାହାଯ୍ୟ କରିଥିଲା। ଏହି ବିଜୟ ସହିତ…

T20 World Cup 2026: ସେମିଫାଇନାଲରେ ଇଂଲଣ୍ଡ, ବିଶ୍ୱକପ୍‌ ରେସ୍‌ରୁ ପାକିସ୍ତାନ ବିଦା?

ନୂଆଦିଲ୍ଲୀ,୨୪।୨: ପାଲ୍ଲେକେଲେଠାରେ ଖେଳାଯାଇଥିବା ଏକ ରୋମାଞ୍ଚକର ସୁପର-୮ ମୁକାବିଲାରେ ପାକିସ୍ତାନକୁ ପରାସ୍ତ କରି ଇଂଲଣ୍ଡ ସେମିଫାଇନାଲ ଟିକେଟ ହାସଲ କରିଛି। ଶେଷ ଓଭର ପର୍ଯ୍ୟନ୍ତ ଚାଲିଥିବା ଏହି…

T20 World Cup 2026: ଟିମ୍‌ ଇଣ୍ଡିଆର ହାତ ଛାଡିଲେ ରିଙ୍କୁ ସିଂହ! ଅଚାନକ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୪।୨: ଟିମ ଇଣ୍ଡିଆର ଅଲରାଉଣ୍ଡର ରିଙ୍କୁ ସିଂହଙ୍କୁ ଅପ୍ରତ୍ୟାଶିତ ଭାବରେ ଘରକୁ ଫେରିବାକୁ ପଡିଛି। ସେ ଚେନ୍ନାଇରୁ ଫେରି ଆସିଛନ୍ତି। ରିଙ୍କୁ ସିଂହଙ୍କ ଫେରିବାର କାରଣ ପରିବାରର…

ସଚିନଙ୍କୁ କ୍ଷମାମାଗିଲେ ପୂର୍ବତନ ଅମ୍ପାୟର ଷ୍ଟିଭ ବକ୍‌ନର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୪ା୨: ଭାରତର କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ ବହୁ ବାର ଭୁଲ୍‌ ନିଷ୍ପତ୍ତି ଦେଇ ଆଉଟ୍‌ କରିଥିବା ପୂର୍ବତନ ଅମ୍ପାୟର ଷ୍ଟିଭ ବକ୍‌ନର ଦୀର୍ଘ ୨୨ ବର୍ଷ…

ଦକ୍ଷିଣ ଆଫ୍ରିକା ଯିବ ଅଷ୍ଟ୍ରେଲିଆ ଦଳ

ମେଲବୋର୍ନ,୨୪ା୨: ଅଷ୍ଟ୍ରେଲିଆ ପୁରୁଷ କ୍ରିକେଟ ଦଳ ସେପ୍ଟେମ୍ବର ଓ ଅକ୍ଟୋବରରେ ଦକ୍ଷିଣ ଆଫ୍ରିକା ଟୁର୍‌ରେ ଯିବ। ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୩ଟି ଟେଷ୍ଟ ଏବଂ ସମାନ ସଂଖ୍ୟକ ଅନ୍ତର୍ଜାତୀୟ…

ଆସିଲା ମହିଳା ଟି୨୦ ବିଶ୍ୱକପ୍‌ କାର୍ଯ୍ୟସୂଚୀ: ଜୁନ ୧୪ରେ ପୁଣି ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୨୪ା୨: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମଙ୍ଗଳବାର ଆଗାମୀ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରିଛି। ଜୁନ ୧୨ରୁ ଜୁଲାଇ ୫…

୨୦୨୬ ଟି-୨୦ ବିଶ୍ୱକପରୁ ବାଦ୍‌ ପଡ଼ିଲା ଭାରତ! ୱେଷ୍ଟଇଣ୍ଡିଜର ରେକର୍ଡ ବିଜୟ କୋଟି କୋଟି ଭାରତୀୟଙ୍କୁ ଦେଲା ଝଟକା

ନୂଆଦିଲ୍ଲୀ,୨୪।୨: ଭାରତ କ’ଣ ୨୦୨୬ ଟି୨୦ ବିଶ୍ୱକପରୁ ବାହାର ହୋଇଯାଇଛି କି? ଟିମ ଇଣ୍ଡିଆ କ’ଣ ଏବେ ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପହଞ୍ଚିପାରିବ ନାହିଁ? ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri