ଅନ୍‌ଲାଇନ୍‌ ଠକେଇ: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ଆକାଉଣ୍ଟରୁ ୧୫ ହଜାର ଗାଏବ

କଟକ ଅଫିସ,୧୬।୨: ଅନ୍‌ଲାଇନ ଠକେଇର ଶିକାର ହୋଇଛନ୍ତି ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଆଇଏସ୍‌ଟି ବିଭାଗ ସ୍ନାତକ ତୃତୀୟ ବର୍ଷର ଛାତ୍ର କୈଳାସ ବେହେରା। ତାଙ୍କ ଆକାଉଣ୍ଟରୁ କେହି ଦୁର୍ବୃତ୍ତ ୧୫ ହଜାର ଟଙ୍କା ଠକି ନେଇଥିବା ଜଣାପଡିଛି। ମିଳିଥିବା ସୂଚନାନୁଯାୟୀ, କୈଳାସଙ୍କ ବାପା ଗାଡ଼ି ଭଡାରେ ପଠାନ୍ତି। ସେ ମଧ୍ୟ ବାପାଙ୍କୁ ବ୍ୟବସାୟରେ ସହଯୋଗ କରନ୍ତି। ୩ ଦିନ ପୂର୍ବେ ତାଙ୍କ ପାଖକୁ ଗୋଟିଏ ଫୋନ୍‌ କଲ୍‌ ଆସିଥିଲା। ଫୋନ୍‌ କରିଥିବା ବ୍ୟକ୍ତି ଜଣକ କଟକରୁ କିଛି ଜିନିଷ ଟ୍ରକ୍‌ରେ ପୁଣେ ପଠାଯିବ ବୋଲି କହିଥିଲେ। କୈଳାସଙ୍କ ସହ ପରିବହନ ଭଡା ବାବଦରେ କଥା ହୋଇଥିଲେ। ଭଡା ଦର ସ୍ଥିର ହୋଇଥିବାବେଳେ କିଛି ଟଙ୍କା ଆଗୁଆ ପଠାଇବାକୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ କୈଳାସ କହିଥିଲେ। ବ୍ୟକ୍ତି ଜଣକ ନିଜକୁ ଆର୍ମି ଅଫିସର ବୋଲି ପରିଚୟ ଦେଇଥିଲେ। ସେ ଅନ୍‌ଲାଇନ୍‌ରେ ଭଡ଼ା ଟଙ୍କା ଦେବାକୁ ଚାହୁଁଛନ୍ତି। କିନ୍ତୁ ତାଙ୍କ ଆକାଉଣ୍ଟରୁ ଟଙ୍କା ଅନ୍‌ଲାଇନ୍‌ରେ ଟ୍ରାନ୍ସଫର୍‌ ହେବାକୁ ହେଲେ ଟଙ୍କା ଗ୍ରହଣ କରୁଥିବା ବ୍ୟକ୍ତିଙ୍କ ଆକାଉଣ୍ଟରେ ବାଲାନ୍ସ ସର୍ବନିମ୍ନ ୧୫ ହଜାର ଟଙ୍କା ରହିବା ଆବଶ୍ୟକ। ଏଣୁ କୈଳାସ ନିଜ ଆକାଉଣ୍ଟରେ ୧୫ ହଜାର ଟଙ୍କା ଜମା କରିଥିଲେ। ଏହାପରେ ତାଙ୍କୁ ଭଡ଼ା ଟଙ୍କା ଗୁଗୁଲ୍‌ ପେ’ ଆପ୍‌ରୁ ପଠାଇବାକୁ କହିଥିଲେ। କିଛି ସମୟ ପରେ କୈଳାସଙ୍କ ଫୋନ୍‌କୁ ଏକ କ୍ୟୁ-ଆର୍‌ କୋଡ୍‌ ଆସିଥିଲା। ସେ କୋଡ୍‌କୁ ସ୍କାନ୍‌ କରିବା ପରେ ତାଙ୍କ ଆକାଉଣ୍ଟରୁ ୧୫ ହଜାର ଟଙ୍କା ଗାଏବ ହୋଇଯାଇଥିଲା। ପରେ ଉକ୍ତ ବ୍ୟକ୍ତିଙ୍କୁ କୈଳାସ ବାରମ୍ବାର ଫୋନ୍‌ କରିଥିଲେ ମଧ୍ୟ ସେ ଉଠାଇ ନ ଥିଲେ। ତେବେ ଏ ନେଇ ପୋଲିସରେ ଅଭିଯୋଗ କଲେ ମଧ୍ୟ ଟଙ୍କା ଫେରିବାର ଆଶା ନ ଥିବାରୁ ସେ ଅଭିଯୋଗ କରି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri