ଅନ୍‌ଲାଇନ ଗେମ୍‌ ଖେଳିବା ମହଙ୍ଗା ପଡ଼ିଲା: ୬୫ହଜାର ଟଙ୍କା ଲୁଟ

ବିଞ୍ଝାରପୁର,୨୦।୪ (ଡି.ଏନ.ଏ): ବିଞ୍ଝାରପୁର ଥାନା କଲ୍ୟାଣପୁର ପଞ୍ଚାୟତ ସମଲପୁର ଗ୍ରାମର ପ୍ରଦୀପ ବେହେରାଙ୍କ ପୁଅ ପ୍ରିୟବ୍ରତ(୧୮) ନିଜ ମୋବାଇଲରେ ଅନଲାଇନରେ ଫ୍ରି ଫାୟାର ଗେମ୍‌ ଖେଳୁଥିଲେ। ଏହି ଖେଳରେ ତାଙ୍କର ଜଣେ ସାଙ୍ଗଙ୍କ ଏକାଉଣ୍ଟ ବ୍ଲକ ହୋଇଯାଇଥିଲା। ସାଙ୍ଗଙ୍କ ବ୍ଲକ ଏକାଉଣ୍ଟକୁ ଖୋଲିବା ସମୟରେ ଦୁର୍ବୃତ୍ତ ଜଣକ ତାଙ୍କୁ ୧୦ ଟଙ୍କା ମାଗିଥିଲେ। ଏହି ୧୦ଟଙ୍କା କୌଣସି ଏକ ଏଟିଏମ କାର୍ଡରୁ ଦେବାକୁ ଦୁର୍ବୃତ୍ତ କହିଥିଲେ। ପ୍ରିୟବ୍ରତ ନିଜ ମା’ ମିତାରାଣୀ ବେହେରାଙ୍କ ଏଟିଏମ୍‌ କାର୍ଡ ନମ୍ବର ଓ ପାସଓ୍ବାର୍ଡ ଦେଇଥିଲେ। ଏହାପରେ ଏକ ଓଟିପି ଆସିଥିଲା। ସେହି ଓଟିପିକୁ ଦୁର୍ବୃତ୍ତ ଜଣକ ଏଣ୍ଟର କରିବା ମାତ୍ରେ ମିତାରାଣୀଙ୍କ ବ୍ୟାଙ୍କ ଏକାଉଣ୍ଟରୁ ୬୫ହଜାର ଟଙ୍କା ଲୁଟ ହୋଇଥିବା ମୋବାଇଲକୁ ଆସିଥିବା ମେସେଜରୁ ଜଣାପଡିଥିଲା। ଏହି ଘଟଣାକୁ ନେଇ ମିତାରାଣୀ ରବିବାର ରାତିରେ ବିଞ୍ଝାରପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ବିଞ୍ଝାରପୁର ପୋଲିସ ଏକ ମାମଲା (ନଂ.୧୧୬/୨୦) ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri