Posted inଜାତୀୟ

ଅପରାଧ ରେକର୍ଡ ଥିବା ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିବାର କାରଣ କହିବ ଦଳ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୨: ଆପରାଧିକ ମାମଲା ଥିବା ପ୍ରାର୍ଥୀଙ୍କୁ କାହିଁକି ଟିକେଟ ଦିଆଯାଇଛି ସେ ସମ୍ପର୍କରେ ଓ୍ବେବସାଇଟ ମାଧ୍ୟମରେ ଜଣାଇବାକୁ ରାଜନୈତିକ ଦଳଙ୍କୁ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଗତ ପ୍ରାୟ ୪ଟି ନିର୍ବାଚନରେ ଅପରାଧୀ ପ୍ରାର୍ଥୀଙ୍କ ସଂଖ୍ୟାରେ ବୃଦ୍ଧି ଘଟିଥିବାକୁ ନେଇ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି ଆପରାଧିକ ପୃଷ୍ଠଭୂମି ଥିବା ପ୍ରାର୍ଥୀମାନଙ୍କ ସମ୍ପର୍କରେ ସବିଶେଷ ବିବରଣୀ ଆଞ୍ଚଳିକ ଏବଂ ଜାତୀୟ ଖବରକାଗଜରେ ପ୍ରକାଶ କରାଯିବା ଉଚିତ। ଏହାସହ ସମ୍ପୃକ୍ତ ରାଜନୈତିକ ଦଳର ସୋସିଆଲ ମିଡିଆ ପ୍ଲାଟଫର୍ମରେ ମଧ୍ୟ ଉକ୍ତ ତଥ୍ୟ ପୋଷ୍ଟ ହେବା ଉଚିତ। କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରାଜନୈତିକ ଦଳ ୪୮ ଘଣ୍ଟା ମଧ୍ୟରେ ନିଜ ଓ୍ବେସାଇଟ୍‌ ଓ ସୋସିଆଲ ମିଡିଆ ଆକାଉଣ୍ଟରେ ଏହି ତଥ୍ୟ ଅପଲୋଡ କରିବା ଜରୁରୀ। ଏହାସହ ଦଳ ପକ୍ଷରୁ ଏହି ସୂଚନା ନିର୍ବାଚନ କମିଶନଙ୍କୁ ୭୨ ଘଣ୍ଟା ମଧ୍ୟରେ ଦେବା ଜରୁରୀ। ଏଥିରେ ବିଳମ୍ବ ହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋର୍ଟ କହିଛନ୍ତି। ଗୁରୁବାର ଏକ ଆବେଦନର ଶୁଣାଣି କରି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୦ ବର୍ଷରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପରଲୋକ

ଢାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି। ସେ କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କୁ ନଭେମ୍ବର...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଖୁସିଖବର: କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୩୦।୧୨(ସୌମ୍ୟରଞ୍ଜନ ରାଉତ):ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ହେବ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାମ୍ପ୍ରତିକ ଭାରତକୁ...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri