Posted inଜାତୀୟ

ଅପରାଧ ରେକର୍ଡ ଥିବା ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିବାର କାରଣ କହିବ ଦଳ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୨: ଆପରାଧିକ ମାମଲା ଥିବା ପ୍ରାର୍ଥୀଙ୍କୁ କାହିଁକି ଟିକେଟ ଦିଆଯାଇଛି ସେ ସମ୍ପର୍କରେ ଓ୍ବେବସାଇଟ ମାଧ୍ୟମରେ ଜଣାଇବାକୁ ରାଜନୈତିକ ଦଳଙ୍କୁ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଗତ ପ୍ରାୟ ୪ଟି ନିର୍ବାଚନରେ ଅପରାଧୀ ପ୍ରାର୍ଥୀଙ୍କ ସଂଖ୍ୟାରେ ବୃଦ୍ଧି ଘଟିଥିବାକୁ ନେଇ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି ଆପରାଧିକ ପୃଷ୍ଠଭୂମି ଥିବା ପ୍ରାର୍ଥୀମାନଙ୍କ ସମ୍ପର୍କରେ ସବିଶେଷ ବିବରଣୀ ଆଞ୍ଚଳିକ ଏବଂ ଜାତୀୟ ଖବରକାଗଜରେ ପ୍ରକାଶ କରାଯିବା ଉଚିତ। ଏହାସହ ସମ୍ପୃକ୍ତ ରାଜନୈତିକ ଦଳର ସୋସିଆଲ ମିଡିଆ ପ୍ଲାଟଫର୍ମରେ ମଧ୍ୟ ଉକ୍ତ ତଥ୍ୟ ପୋଷ୍ଟ ହେବା ଉଚିତ। କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରାଜନୈତିକ ଦଳ ୪୮ ଘଣ୍ଟା ମଧ୍ୟରେ ନିଜ ଓ୍ବେସାଇଟ୍‌ ଓ ସୋସିଆଲ ମିଡିଆ ଆକାଉଣ୍ଟରେ ଏହି ତଥ୍ୟ ଅପଲୋଡ କରିବା ଜରୁରୀ। ଏହାସହ ଦଳ ପକ୍ଷରୁ ଏହି ସୂଚନା ନିର୍ବାଚନ କମିଶନଙ୍କୁ ୭୨ ଘଣ୍ଟା ମଧ୍ୟରେ ଦେବା ଜରୁରୀ। ଏଥିରେ ବିଳମ୍ବ ହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋର୍ଟ କହିଛନ୍ତି। ଗୁରୁବାର ଏକ ଆବେଦନର ଶୁଣାଣି କରି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri