ଅପରାଧ ରୋକିବାକୁ ଦିବ୍ୟଜ୍ୟୋତି କ୍ଲବର ପ୍ରୟାସ: ଲଗାଗଲା ୫ ସିସିଟିଭି କ୍ୟାମେରା

ଢେଙ୍କାନାଳ ଅଫିସ, ୧୮।୯-ଗଣପର୍ବ ଲକ୍ଷ୍ମୀପୂଜା ପାଇଁ ପ୍ରସ୍ତୁତ ହେଉଛି ଢେଙ୍କାନାଳ। ହେଲେ ସହରରେ ଆପରାଧିକ କାର୍ଯ୍ୟକଳାପ ରୋକିବା ଦିଗରେ ପୋଲିସକୁ ଆଖିଦୃଶିଆ ସଫଳତା ମିଳିନାହିଁ। ପାର୍ବଣ ପୂର୍ବରୁ ସହରତଳି ଅଞ୍ଚଳରେ ମଦ୍ୟପ, ଅସାମାଜିକଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବାକୁ ଆଗେଇ ଆସିଛି ମୀନାବଜାର କୁମ୍ଭାରସାହି ଅଞ୍ଚଳର ଦିବ୍ୟଜୋତି କ୍ଲବ୍‌। କ୍ଲବର ସଦସ୍ୟମାନେ ନିଜସ୍ବ ଖର୍ଚ୍ଚରେ ବିଭିନ୍ନ ସ୍ଥାନରେ ସିସିଟିଭି କ୍ୟାମେରା ଲଗାଇଛନ୍ତି। କ୍ଲବ ସଭାପତି ହୃଦାନନ୍ଦ ବେହେରାଙ୍କ କହିବା କଥା, କିଛିଦିନ ହେଲା ଅଞ୍ଚଳରେ ଅପରାଧ ବଢ଼ିବାରେ ଲାଗିଛି। ମଦ୍ୟପ, ଲୁଟେରାଙ୍କ ଉପଦ୍ରବ ଚିନ୍ତାର କାରଣ ପାଲଟିଛି। ଏ ନେଇ ପୋଲିସକୁ ଅବଗତ କରାଯାଇଥିଲା। ତଥାପି କୌଣସି ସୁଫଳ ମିଳିଲାନାହିଁ। ତେଣୁ ନିଜ ପାଇଁ ନିଜେ ନ୍ୟାୟରେ ଏହାର ସମାଧାନ କରିବାକୁ ଅଣ୍ଟା ଭିଡ଼ିଥିଲେ କ୍ଲବର ସଦସ୍ୟ। ଅଞ୍ଚଳରୁ ଅସାମାଜିକ କାର୍ଯ୍ୟକଳାପ ଉପରେ ଲଗାମ କଷିବାକୁ ସିସିଟିଭି କ୍ୟାମେରା ଲଗାଇବାକୁ ନିଷ୍ପତ୍ତି ନିଆଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ୫ ସ୍ଥାନରେ ସିସିଟିଭି ଖଞ୍ଜାଯାଇଛି। ସମ୍ବେଦନଶୀଳ ସ୍ଥାନରେ ଆହୁରି ୩ଟି କ୍ୟାମେରା ଲଗାଯିବ ବୋଲି ସେ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟରେ ସମ୍ପାଦକ ଅଭିମନ୍ୟୁ ବେହେରା, ସଦସ୍ୟ ଦିବ୍ୟସିଂହ ରାଉଳ, ପ୍ରିୟବ୍ରତ ଗଡ଼ନାୟକ, ଉଦୟନାଥ ବେହେରା, ବିରଞ୍ଚତ୍ ରାଉଳ, କୈଳାସ ରାଉତ, ନିତ୍ୟାନନ୍ଦ ବେହେରା, ଅନିଲ ବେହେରା, ବାବୁଲା ବେହେରା, ଟୁକୁନି ରାଉଳ, ସତ୍ୟାନନ୍ଦ ରାଉଳ, ରଞ୍ଜନ ରାଉଳ, ରାଜେଶ ସ୍ବାଇଁ ପ୍ରମୁଖ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri