ଅପରାଧ ରୋକିବାକୁ ଦିବ୍ୟଜ୍ୟୋତି କ୍ଲବର ପ୍ରୟାସ: ଲଗାଗଲା ୫ ସିସିଟିଭି କ୍ୟାମେରା

ଢେଙ୍କାନାଳ ଅଫିସ, ୧୮।୯-ଗଣପର୍ବ ଲକ୍ଷ୍ମୀପୂଜା ପାଇଁ ପ୍ରସ୍ତୁତ ହେଉଛି ଢେଙ୍କାନାଳ। ହେଲେ ସହରରେ ଆପରାଧିକ କାର୍ଯ୍ୟକଳାପ ରୋକିବା ଦିଗରେ ପୋଲିସକୁ ଆଖିଦୃଶିଆ ସଫଳତା ମିଳିନାହିଁ। ପାର୍ବଣ ପୂର୍ବରୁ ସହରତଳି ଅଞ୍ଚଳରେ ମଦ୍ୟପ, ଅସାମାଜିକଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବାକୁ ଆଗେଇ ଆସିଛି ମୀନାବଜାର କୁମ୍ଭାରସାହି ଅଞ୍ଚଳର ଦିବ୍ୟଜୋତି କ୍ଲବ୍‌। କ୍ଲବର ସଦସ୍ୟମାନେ ନିଜସ୍ବ ଖର୍ଚ୍ଚରେ ବିଭିନ୍ନ ସ୍ଥାନରେ ସିସିଟିଭି କ୍ୟାମେରା ଲଗାଇଛନ୍ତି। କ୍ଲବ ସଭାପତି ହୃଦାନନ୍ଦ ବେହେରାଙ୍କ କହିବା କଥା, କିଛିଦିନ ହେଲା ଅଞ୍ଚଳରେ ଅପରାଧ ବଢ଼ିବାରେ ଲାଗିଛି। ମଦ୍ୟପ, ଲୁଟେରାଙ୍କ ଉପଦ୍ରବ ଚିନ୍ତାର କାରଣ ପାଲଟିଛି। ଏ ନେଇ ପୋଲିସକୁ ଅବଗତ କରାଯାଇଥିଲା। ତଥାପି କୌଣସି ସୁଫଳ ମିଳିଲାନାହିଁ। ତେଣୁ ନିଜ ପାଇଁ ନିଜେ ନ୍ୟାୟରେ ଏହାର ସମାଧାନ କରିବାକୁ ଅଣ୍ଟା ଭିଡ଼ିଥିଲେ କ୍ଲବର ସଦସ୍ୟ। ଅଞ୍ଚଳରୁ ଅସାମାଜିକ କାର୍ଯ୍ୟକଳାପ ଉପରେ ଲଗାମ କଷିବାକୁ ସିସିଟିଭି କ୍ୟାମେରା ଲଗାଇବାକୁ ନିଷ୍ପତ୍ତି ନିଆଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ୫ ସ୍ଥାନରେ ସିସିଟିଭି ଖଞ୍ଜାଯାଇଛି। ସମ୍ବେଦନଶୀଳ ସ୍ଥାନରେ ଆହୁରି ୩ଟି କ୍ୟାମେରା ଲଗାଯିବ ବୋଲି ସେ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟରେ ସମ୍ପାଦକ ଅଭିମନ୍ୟୁ ବେହେରା, ସଦସ୍ୟ ଦିବ୍ୟସିଂହ ରାଉଳ, ପ୍ରିୟବ୍ରତ ଗଡ଼ନାୟକ, ଉଦୟନାଥ ବେହେରା, ବିରଞ୍ଚତ୍ ରାଉଳ, କୈଳାସ ରାଉତ, ନିତ୍ୟାନନ୍ଦ ବେହେରା, ଅନିଲ ବେହେରା, ବାବୁଲା ବେହେରା, ଟୁକୁନି ରାଉଳ, ସତ୍ୟାନନ୍ଦ ରାଉଳ, ରଞ୍ଜନ ରାଉଳ, ରାଜେଶ ସ୍ବାଇଁ ପ୍ରମୁଖ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri