ଅପରାହ୍ନ ୧ରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ଖୋଲିବ ମାର୍କେଟ, ମଲ: ୫ ଜଣଙ୍କୁ ପ୍ରବେଶ ଅନୁମତି

ବ୍ରହ୍ମପୁର ଅଫିସ,୧୩ା୫-ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ବ୍ରହ୍ମପୁରରେ ମାର୍କେଟ ତଥା ଦୋକାନ ଖୋଲିବା ନେଇ ରହିଥିବା ପୂର୍ବ ନିର୍ଦ୍ଧାରିତ ସମୟସୀମାରେ ପରିବର୍ତ୍ତନ କରାଯାଇଛି। ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ପକ୍ଷରୁ ଏନେଇ ମଙ୍ଗଳବାର ନୋଟିସ୍‌ ଜାରି କରାଯାଇଛି। ବିଏମ୍‌ସିର ନିର୍ଦ୍ଦେଶନାମା ପ୍ରକାରେ ଏଣିକି ସହରରେ ଗିପ୍ଟ ଶପ୍‌, ଲୁଗା ଦୋକାନ, ସୁନା ଗହଣା ଦୋକାନ, ଲେଡିଜ୍‌ କର୍ନର, ଇଣ୍ଟରନେଟ୍‌ କାଫେ, ମୋବାଇଲ ଦୋକାନ, ଜେରକ୍ସ ଶପ୍‌, ବୁକ୍‌ ଷ୍ଟୋର, ଷ୍ଟେଶ୍‌୍‌ନେରି, ଫଟୋ ଷ୍ଟୁଡିଓ, ଟେଲରିଂ ଶପ୍‌, ଇଲେକ୍ଟ୍ରାନିକ୍ସ ଶପ୍‌, ମୋବାଇଲ୍‌ ଫୋନ୍‌, ଗ୍ୟାରେଜ୍‌, ଇଲେକ୍ଟ୍ରୋନିକ୍ସ ଓ ଘରୋଇ ଉପକରଣ ଦୋକାନ ଅପରାହ୍ନ ୧ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଖୋଲା ରହିବ। ଏଥିସହ ଇଲେକ୍ଟ୍ରୋନିକ୍ସ ଓ ଘରୋଇ ଉପକରଣ ଦୋକାନଗୁଡିକରେ ଏକ ସମୟରେ ସର୍ବାଧିକ ୫ ଗ୍ରାହକ ରହିବା ସହ ସିଙ୍ଗଲ ବ୍ରାଣ୍ଡ ଓ ମଲ୍‌ଟି ବ୍ରାଣ୍ଡ ଶୋରୁମ୍‌, ମାର୍କେଟ କମ୍ପ୍ଲେକ୍ସ ଓ ମଲଗୁଡିକରେ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହାବ୍ୟତୀତ ଇଲେକ୍ଟ୍ରୋନିକ୍ସ ରିପ୍ୟାରିଂ ଶପ୍‌, କୃଷି ଯନ୍ତ୍ରପାତି ବିକ୍ରି ଶପ୍‌, ହୋଟେଲ, ରେଷ୍ଟୁରାଣ୍ଟ, ଔଷଧ ଦୋକାନ, କ୍ଲିିନିକ୍‌, ହସ୍ପିଟାଲଗୁଡିକ ଖୋଲିବା ନେଇ ରହିଥିବା ସମୟସୀମା ଅପରିବର୍ତ୍ତିତ ଥିବା ବିଏମ୍‌ସି ପକ୍ଷରୁ ଜାରି କରାଯାଇଥିବା ନୋଟିସ୍‌ରେ ଦର୍ଶାଯାଇଛି। ଏହାକୁ ଖିଲାପକଲେ ଦୋକାନ ମାଲିକଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଆବଶ୍ୟକସ୍ଥଳେ ଦୋକାନ ତଥା ମଲକୁ ସମ୍ପୂର୍ଣ୍ଣ ସିଲ କରାଯିବ ବୋଲି ବିଏମ୍‌ସି ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri