ଅପରାହ୍ନ ୧ରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ଖୋଲିବ ମାର୍କେଟ, ମଲ: ୫ ଜଣଙ୍କୁ ପ୍ରବେଶ ଅନୁମତି

ବ୍ରହ୍ମପୁର ଅଫିସ,୧୩ା୫-ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ବ୍ରହ୍ମପୁରରେ ମାର୍କେଟ ତଥା ଦୋକାନ ଖୋଲିବା ନେଇ ରହିଥିବା ପୂର୍ବ ନିର୍ଦ୍ଧାରିତ ସମୟସୀମାରେ ପରିବର୍ତ୍ତନ କରାଯାଇଛି। ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ପକ୍ଷରୁ ଏନେଇ ମଙ୍ଗଳବାର ନୋଟିସ୍‌ ଜାରି କରାଯାଇଛି। ବିଏମ୍‌ସିର ନିର୍ଦ୍ଦେଶନାମା ପ୍ରକାରେ ଏଣିକି ସହରରେ ଗିପ୍ଟ ଶପ୍‌, ଲୁଗା ଦୋକାନ, ସୁନା ଗହଣା ଦୋକାନ, ଲେଡିଜ୍‌ କର୍ନର, ଇଣ୍ଟରନେଟ୍‌ କାଫେ, ମୋବାଇଲ ଦୋକାନ, ଜେରକ୍ସ ଶପ୍‌, ବୁକ୍‌ ଷ୍ଟୋର, ଷ୍ଟେଶ୍‌୍‌ନେରି, ଫଟୋ ଷ୍ଟୁଡିଓ, ଟେଲରିଂ ଶପ୍‌, ଇଲେକ୍ଟ୍ରାନିକ୍ସ ଶପ୍‌, ମୋବାଇଲ୍‌ ଫୋନ୍‌, ଗ୍ୟାରେଜ୍‌, ଇଲେକ୍ଟ୍ରୋନିକ୍ସ ଓ ଘରୋଇ ଉପକରଣ ଦୋକାନ ଅପରାହ୍ନ ୧ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଖୋଲା ରହିବ। ଏଥିସହ ଇଲେକ୍ଟ୍ରୋନିକ୍ସ ଓ ଘରୋଇ ଉପକରଣ ଦୋକାନଗୁଡିକରେ ଏକ ସମୟରେ ସର୍ବାଧିକ ୫ ଗ୍ରାହକ ରହିବା ସହ ସିଙ୍ଗଲ ବ୍ରାଣ୍ଡ ଓ ମଲ୍‌ଟି ବ୍ରାଣ୍ଡ ଶୋରୁମ୍‌, ମାର୍କେଟ କମ୍ପ୍ଲେକ୍ସ ଓ ମଲଗୁଡିକରେ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହାବ୍ୟତୀତ ଇଲେକ୍ଟ୍ରୋନିକ୍ସ ରିପ୍ୟାରିଂ ଶପ୍‌, କୃଷି ଯନ୍ତ୍ରପାତି ବିକ୍ରି ଶପ୍‌, ହୋଟେଲ, ରେଷ୍ଟୁରାଣ୍ଟ, ଔଷଧ ଦୋକାନ, କ୍ଲିିନିକ୍‌, ହସ୍ପିଟାଲଗୁଡିକ ଖୋଲିବା ନେଇ ରହିଥିବା ସମୟସୀମା ଅପରିବର୍ତ୍ତିତ ଥିବା ବିଏମ୍‌ସି ପକ୍ଷରୁ ଜାରି କରାଯାଇଥିବା ନୋଟିସ୍‌ରେ ଦର୍ଶାଯାଇଛି। ଏହାକୁ ଖିଲାପକଲେ ଦୋକାନ ମାଲିକଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଆବଶ୍ୟକସ୍ଥଳେ ଦୋକାନ ତଥା ମଲକୁ ସମ୍ପୂର୍ଣ୍ଣ ସିଲ କରାଯିବ ବୋଲି ବିଏମ୍‌ସି ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri