Categories: ଜାତୀୟ

ଅପରେଶନ୍‌ ଅଲ୍‌ଆଉଟ୍‌: ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ମୃତ

ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ଅପରେଶନ୍‌ ଅଲ୍‌ଆଉଟ୍‌ ଜାରି ରହିଛି। ସୋମବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବନ୍ଦିପୋରାରେ ସୁରକ୍ଷାକର୍ମୀଙ୍କୁ ଏହି ସଫଳତା ମିଳିଛି। ଆତଙ୍କବାଦୀଙ୍କଠାରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସୂଚନାଯୋଗ୍ୟ, ପୂର୍ବରୁ ରବିବାର ରାତିରେ ବନ୍ଦିପୋରାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା।

Share