ଅପରେଶନ ପରୀ: ୨ ନାବାଳିକା ଉଦ୍ଧାର

ପାରାଦୀପ,୧ା୮(ସ୍ବ.ପ୍ର.): ଅପରେଶନ ପରୀ ମାଧ୍ୟମରେ ପାରାଦୀପ ଆଦର୍ଶ ଥାନା ଓ ଅଭୟଚାନ୍ଦପୁର ଥାନା ଅଞ୍ଚଳରୁ ପୋଲିସ ୨ ନାବାଳିକାଙ୍କୁ ଉଦ୍ଧାର କରିଛି। ଏଥିସହିତ ସେମାନଙ୍କୁ ଅପହରଣ କରିଥିବା ନାବାଳକ ଦ୍ୱୟ ମଧ୍ୟ ଧରା ପଡ଼ିଛନ୍ତି। ଅଭୟଚାନ୍ଦପୁର ପୋଲିସ ସୂଚନା ଅନୁସାରେ, ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ସେହି ଗ୍ରାମର ୧୭ ବର୍ଷର ନାବାଳକ ନେଇ ଫେରାର ହୋଇ ଯାଇଥିଲେ। ଏନେଇ ନାବାଳିକାଙ୍କ ପରିବାର ପକ୍ଷରୁ ଥାନାରେ ଅପହରଣ ସହ ବଳାତ୍କାର ଅଭିଯୋଗ କରାଯାଇଥିଲା। ପୋଲିସ ୫୭/୧୯ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଉଦ୍ଧାର କରିବା ପରେ ଉଭୟଙ୍କ ଡାକ୍ତରୀ ମାଇନା କରାଇଛି। ଉଭୟ ନାବାଳିକାନାବାଳକ ହୋଇଥିବାରୁ ସେମାନଙ୍କୁ ଶିଶୁଯତ୍ନ ଅନୁଷ୍ଠାନରେ ଥଇଥାନ କରାଯିବ ବୋଲି ଥାନା ଅଧିକାରୀ ଯୁଗୋଳ କିଶୋର ଦାସ କହିଛନ୍ତି। ସେହିପରି ପାରାଦୀପ ମଡେଲ ଥାନା ଅଞ୍ଚଳରେ ଗତବର୍ଷ ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ସେତେବେଳେ ଅପହରଣ କରିଥିବା ଅଭିଯୁକ୍ତ ନାବାଳକ ଥିଲେ। ସେହି ୨ ଜଣଙ୍କୁ ବୁଧବାର ପୋଲିସ ଉଦ୍ଧାର କରିଛି। ନାବାଳିକା ଜଣଙ୍କ ଏବେ ୯ ମାସର ଗର୍ଭବତୀ ଅଛନ୍ତି। ଅଭିଯୁକ୍ତ ନାବାଳକଙ୍କ ବୟସ ୧୮ ଟପିଯାଇଛି। ଉଭୟଙ୍କୁ ଡାକ୍ତରୀମାଇନା ପରେ ଶିଶୁଯତ୍ନ ଅନୁଷ୍ଠାନକୁ ପଠାଯିବ ବୋଲି ଥାନା ଅଧିକାରୀ ରଜନୀକାନ୍ତ ସାମଲ କହିଛନ୍ତି। ଝିଅ ଗର୍ଭବତୀ ଥିବା ଜାଣିବା ପରେ ପରିବାର ଲୋକେ ନେବାକୁ ଅମଙ୍ଗ ହେଉଛନ୍ତି। ଏହାକୁ ନେଇ ପୋଲିସ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କ ପାଇଁ ଅର୍ଥ ସାଜିଛି ବାଧକ

ରଘୁନାଥପୁର,୨୫ା୪(ରାଜେନ୍ଦ୍ର ନାରାୟଣ ସିଂହ)କ୍ରିକେଟରେ ଅଲ୍‌ରାଉଣ୍ଡର ଭାବେ ପ୍ରଥମେ ରଘୁନାଥପୁର ବ୍ଲକରୁ ଜଗତ୍‌ସିଂହପୁର ଜିଲା ଏବଂ ଏବେ ରାଜ୍ୟସ୍ତରରେ ସିଲେକ୍ଟ ହୋଇ ରାଜ୍ୟ ପାଇଁ ସୂର୍ଯ୍ୟକାନ୍ତ ଦାସ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

ପାରାଦୀପରେ ଜଳାଭାବ: ଫାଇଦା ଉଠାଉଛନ୍ତି ଚୋରା ବ୍ୟବସାୟୀ

ପାରାଦୀପ,୨୧।୪(ଶରତ ରାଉତ):ପାରାଦୀପ ବନ୍ଦର ସହରରେ ଏବେ ପାନୀୟ ଜଳ ସଙ୍କଟ ଲାଗି ରହିଛି। ତାଳଦଣ୍ଡା କେନାଲରେ ପାଣି ଯୋଗାଣ ବନ୍ଦ ଯୋଗୁ ଏପରି ହୋଇଛି। ଏହାର...

ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri